ଗୁଣ୍ଡିଚା ମନ୍ଦିର

ଉଇକିପିଡ଼ିଆ‌ରୁ
ଗୁଣ୍ଡିଚା ମନ୍ଦିର
ଗୁଣ୍ଡିଚା ମନ୍ଦିର
ଗୁଣ୍ଡିଚା ମନ୍ଦିର
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
Districtପୁରୀ
Location
Countryଭାରତ

ଗୁଣ୍ଡିଚା ମନ୍ଦିରରେ ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଦିଅଁ ଗଢ଼ା ହୋଇଥିବାରୁ ଏହାକୁ ଜୀଉମାନଙ୍କ ଜନ୍ମସ୍ଥାନ ବୋଲି କହାଯାଇଥାଏ ।

ରଥଯାତ୍ରା ସମୟରେ ଶ୍ରୀଜୀଉମାନେ ଏଠାରେ ସାତଦିନ ଅବସ୍ଥାନ କରନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିରର ଯେଉଁ ସିଂହାସନରେ ତିନି ଠାକୁର ବିଜେ କରନ୍ତି ତାକୁ ଆଡ଼ପମଣ୍ଡପ ବୋଲି କୁହାଯାଏ । ଏହାର ଅର୍ଥ ଆଡ଼ମ୍ବରପୂର୍ଣ୍ଣ ମଣ୍ଡପ, ଏହାକୁ ମହାବେଦୀ ବା ଯଜ୍ଞବେଦୀ ବୋଲି ମଧ୍ୟ କହାଯାଏ। ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଆଡ଼ପ ମଣ୍ଡପକୁ ଠାକୁରମାନଙ୍କର ପହଣ୍ଡି ବିଜେ ହୁଏ । ଗୁଣ୍ଡିଚା ମନ୍ଦିର ପ୍ରବେଶଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ମନ୍ଦିରରେ ଯେଉଁ ପ୍ରସାଦ ହୁଏ, ତାକୁ ଆଡ଼ପ ଅବଢ଼ା କୁହାଯାଏ ।

କିମ୍ବଦନ୍ତୀ[ସମ୍ପାଦନା]

ଶ୍ରୀଗୁଣ୍ଡିଚା ମନ୍ଦିରକୁ ମନ୍ଦିର ବୋଲି କେତକ ଗ୍ରହଣ ନ କରି ଗୁଣ୍ଡିଚାଘର ହିସାବରେ ମାନନ୍ତି । [୧] କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ । ପାଣ୍ଡବମାନେ ତାହାହିଁ କଲେ ।

ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା । ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା । ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ ‘ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ’ । ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ।

ଆଧାର[ସମ୍ପାଦନା]

ଅଧିକ ତଥ୍ୟ[ସମ୍ପାଦନା]