ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି ।[୧] ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ଵ ପୁରୀ-ସାତପଡ଼ା ରାସ୍ତାରେ ୨୦ କି.ମି ଗଲେ ବ୍ରହ୍ମଗିରିରେ ପହଞ୍ଚିହୁଏ ।[୨] ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଠ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ଵରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ ।
ଅଲାରନାଥଙ୍କ ନାମକରଣ ମଧ୍ୟ ଏକ ରହସ୍ୟମୟ କଥାମୃତ । ଦାକ୍ଷିଣାତ୍ୟର ଆଲବର ସମ୍ପ୍ରଦାୟମାନେ ଏଠାରେ ଚତୁର୍ଦ୍ଧାମୂର୍ତ୍ତୀ ସ୍ଥାପନ କରି ପୂଜା କରୁଥିଲେ । ତାଙ୍କର ଠାକୁରଙ୍କୁ ଆଲବରନାଥ ଓ ପରେ ଅଲାରନାଥ ନାମକରଣ ହୋଇଥିବା କଥିତ ଅଛି । ପୁରୁଷୋତ୍ତମ ଚନ୍ଦ୍ରିକାରୁ ଜଣାପଡ଼େ ଅଲବନ୍ଦ ଆଚାର୍ଯ୍ୟ ନାମକ ଏକ ତାନ୍ତ୍ରିକ ବ୍ରାହ୍ମଣ ଅନବସର ସମୟରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ସ୍ଵର୍ଗଦ୍ଵାର ନିକଟ ସୋଲାଖିଆ ବଟବୃକ୍ଷରେ ମହୂମାଛି ହୋଇ ଶ୍ରୀମନ୍ଦିରକୁ ଯାଆନ୍ତେ ସେଠାରେ ବାଧାପ୍ରାପ୍ତ ହୋଇ ସମୁଦ୍ରରେ ଝାସ ଦେବାକୁ ଯିବା ସମୟରେ ଏକ ମର୍କଟ ବାଧାଦେବାରୁ ସେ ଶ୍ରୀ ଅଲାରନାଥଙ୍କ ପୀଠରେ ଆସି ପଡ଼ିଲେ l ଅଲବନ୍ଦାରନାଥଙ୍କ ଠାକୁରଙ୍କୁ କାଳକ୍ରମେ ଶ୍ରୀ ଅଲାରନାଥ ଭାବେ ପୂଜା ହେଉଥିବା କୁହାଯାଏ । ଶ୍ରୀ ଅଲାରନାଥଙ୍କ ବିଗ୍ରହମୂର୍ତ୍ତି କଳାମୁଗୁନି ପଥରରେ ନିର୍ମିତ । ମୂର୍ତ୍ତି ଚାରିପଟେ ତୋରଣ ଅଛି । ତୋରଣ ତଳେ ପାର୍ଶ୍ଵଦେବୀ ଶ୍ରୀଦେବୀ, ଭୂଦେବୀ ବିଦ୍ୟମାନ କରୁଛନ୍ତି । ପଦଯୁଗ ତଳେ ଗରୁଡ଼ ପ୍ରାର୍ଥନାରତ। ଶ୍ରୀ ଜୀଉଙ୍କ ଊର୍ଦ୍ଧ୍ଵ ବାମ ହସ୍ତରେ ଶଙ୍ଖ, ଡାହଣ ହାସ୍ତରେ ଚକ୍ରଚିହ୍ନ ଅଛି । ନିମ୍ନ ବାମ ହାସ୍ତରେ ଗଦା ଓ ଡାହାଣ ହସ୍ତରେ ପଦ୍ମ ଚିହ୍ନ ବିଦ୍ୟମାନ । ଏଣୁ ଶ୍ରୀ ଅଲାରନାଥଙ୍କୁ ଚତୁର୍ଦ୍ଧାମୂର୍ତ୍ତି ନାରାୟଣ କୁହାଯାଏ । ଏହି କମନୀୟ ମୂର୍ତ୍ତିକୁ ଦର୍ଶନ କରିବା ମାତ୍ରେ ଭକ୍ତ ବିମୋହିତ ହୋଇଯାଏ ।
ଶ୍ରୀ ଅଲାରନାଥଙ୍କ ବାରମାସରେ ତେର ଯାତ ଅନୁଷ୍ଠିତ ହୁଏ । ଶ୍ରୀ ଜଗନ୍ନାଥଙ୍କ ପରି ଶ୍ରୀ ଅଲାରନାଥଙ୍କର ମଧ୍ୟ ବିଭିନ୍ନ ସମୟରେ ବିଭିନ୍ନ ବେଶ କରାଯାଏ । ଅନବସର ସମୟରେ ଅନବସର ବେଶ, ଚନ୍ଦନ ଯାତ୍ରା ସମୟରେ ଚନ୍ଦନ ବେଶ, କାର୍ତ୍ତିକ ମାସରେ ରାଧାଦାମୋଦର ବେଶ, ଦଶହରା ଦିନ ରାଜବେଶ, ବସନ୍ତ ପଞ୍ଚମୀ ଦିନ ଘୋଡ଼ାଲିଗି ବେଶ ଓ ଅନ୍ୟାନ୍ୟ ବେଶ କରାଯାଏ । ସେହିଭଳି ବିଭିନ୍ନ ପର୍ବପର୍ବାଣି ମଧ୍ୟରେ ଅନବସର ଉତ୍ସବ, ଚିତାଲାଗି ଅମାବାସ୍ୟା, ଗହ୍ମାପୂର୍ଣିମା, କୁମାର ପୂର୍ଣିମା, ବିଜୟା ଦଶମୀ, ଦେବ ଦୀପାବଳୀ, ଧନୁ ସଂକ୍ରାନ୍ତି, ପହିଲି ଭୋଗ, ମକର ସଂକ୍ରାନ୍ତି, ବକୁଳ ଅମାବାସ୍ୟା, ବସନ୍ତ ପଞ୍ଚମୀ, ଦୋଳ ପୂର୍ଣ୍ଣମୀ, ପୁଷ୍ୟାଭିଷେକ, ପଣାସଂକ୍ରାନ୍ତି, ଚନ୍ଦନ ଯାତ୍ରା ଆଦି ଅନୁଷ୍ଠିତ ହୁଏ । ଶ୍ରୀ ମନ୍ଦିର ଭୋଗନୀତି ପରି ଏଠାରେ ମଧ୍ୟ ଭୋଗ ଅନୁଷ୍ଠିତ ହୁଏ । ସକାଳ ୮ଟାରେ ବାଳଭୋଗ, ସକାଳ ଧୂପରେ ଅଣ୍ଡି, ଖେଚେଡ଼ି, ଡାଲି ଓ ତରକାରୀ ଭୋଗ କରାଯାଏ । ମାଧ୍ୟାହ୍ନରେ କ୍ଷୀର ଭୋଗ କରାଯାଇ ପହୁଡ଼ ପଡ଼େ । ରାତିରେ ଦହି ପଖାଳ ଓ ଭଜା ଭୋଗ କରାଯାଏ । ଶ୍ରୀଅଲାରନାଥଙ୍କ କ୍ଷୀରି ଭୋଗ ସବୁଠାରୁ ପ୍ରିୟ ।
|
|
|
| ଗଣେଶ ମନ୍ଦିର |
|
|
| ସୂର୍ଯ୍ୟ ମନ୍ଦିର |
|
|
| ବିଷ୍ଣୁ ମନ୍ଦିର |
|
|
| ଅନ୍ୟାନ୍ୟ ମନ୍ଦିର |
|
|
|
|
|
|
|
|
| ରୂପ |
|
|
| ପୂଜା |
|
|
| ପବିତ୍ର ସ୍ଥାନ |
|
|
| ଗ୍ରନ୍ଥ |
|
|
| ଅଧିକ ଦେଖନ୍ତୁ |
|
|
|
|
|
|
|
|
| ଗାଆଁ ଓ ସହର |
|
|
| ପର୍ଯ୍ୟଟନ ସ୍ଥଳ |
|
|
| ପର୍ବପର୍ବାଣୀ, ଲୋକକଳା ଓ ଖାଦ୍ୟ |
|
|
| ଅନ୍ୟ ଜିଲ୍ଲାରେ |
|
|