ଉଇକିପିଡ଼ିଆ:ମାସର ବଛା ଲେଖା/ଜୁନ ୨୦୧୬

ଉଇକିପିଡ଼ିଆ‌ରୁ

ପଠାଣି ସାମନ୍ତ (୧୩ ଡିସେମ୍ବର ୧୮୩୫ - ୧୧ ଜୁନ ୧୯୦୪) ନୟାଗଡ଼ର ଖଣ୍ଡପଡ଼ା ରାଜବଂଶରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଗଣିତ ଜ୍ୟୋତିଷରେ ତାଙ୍କର ଗଭୀର ପାଣ୍ଡିତ୍ୟ ଥିଲା । ଚନ୍ଦ୍ରଶେଖର ପୁରାତନ ଜ୍ୟୋତିଷ ଶାସ୍ତ୍ରମାନ ପର୍ଯ୍ୟାଲୋଚନା କରି ତାରା ଜଗତର ଗତିବିଧି ଅନୁଧ୍ୟାନ କରିବା ସହ ସୂକ୍ଷ୍ମ ଯନ୍ତ୍ରମାନ ଉଦ୍ଭାବନ କରିଥିଲେ । ଦୁଇଗୋଟି ବାଉଁଶନଳୀ ସାହାଯ୍ୟରେ ଦୂରଦୂରାନ୍ତର ଗ୍ରହ ମଣ୍ଡଳର ନକ୍ଷତ୍ରମାନଙ୍କର ଗତି ଅବଲୋକନ କରି ସେ ଯେଉଁ ସିଦ୍ଧାନ୍ତରେ ଉପନୀତ ହେଲେ ତାହା ପୁରାତନ ସଂସ୍କୃତ ଜ୍ୟୋତିଷ ଶାସ୍ତ୍ରର ସିଦ୍ଧାନ୍ତ ସହିତ ତାହାର ଅନେକ ଅସମାନତା ଥିଲା । ତାହାଙ୍କର ନିଜ ସିଦ୍ଧାନ୍ତରୁ ପ୍ରମାଣିତ ହେଲା ଯେ, ପୁରାତନ ଭାରତୀୟ ଜ୍ୟୋତିର୍ବିଦମାନଙ୍କ ଗଣନା ଦିବସରୁ ନକ୍ଷତ୍ର ଜଗତର ସ୍ଥିତି ଗତିର ବଦଳିଯାଇଛି । ତାଙ୍କର ନୂତନ ମୌଳିକ ଗଣନା ଅନୁଯାୟୀ ସେ ସିଦ୍ଧାନ୍ତ ଦର୍ପଣ ପୋଥି ରଚନା କରିଥିଲେ ।

ଫଳିତ ଜ୍ୟୋତିଷର ନିର୍ଭୁଲ ଗଣନା ଯୋଗୁଁ ତାଙ୍କୁ ୧୮୯୩ ମସିହାରେ ମହାମହୋପାଧ୍ୟାୟ ଉପାଧିରେ ବିଭୂଷିତ କରାଯାଇଥିଲା । ନିଜର ଜାତକକୁ ଗଣନା କରି ନିଜର ମୃତ୍ୟୁ ସମୟ ସେ ବହୁ ପୂର୍ବରୁ ଜାଣି ପାରିଥିଲେ । ସେଥିପାଇଁ ଅନ୍ତିମ କାଳରେ ସେ ପୁରୀରେ ଅବସ୍ଥାନ ପୂର୍ବକ ୧୧ ଜୁନ ୧୯୦୪ରେ ମୃତ୍ୟୁଲାଭ କରିଥିଲେ ।


ପୁରା ପଢ଼ନ୍ତୁ...