ଉଇକିପିଡ଼ିଆ:ମାସର ବଛା ଲେଖା/ମାର୍ଚ୍ଚ ୨୦୧୬

ଉଇକିପିଡ଼ିଆ‌ରୁ

ବିଜୁ ପଟ୍ଟନାୟକ, ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ସେ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା କଲେଜିଏଟ ସ୍କୁଲ, କଟକ ଠାରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢ଼ିଥିଲେ । ଛାତ୍ର ଜୀବନରେ ଜଣେ ଦକ୍ଷ ଖେଳାଳି ଭାବେ ବିଶ୍ଵବିଦ୍ୟାଳୟ ଫୁଟବଲ, କ୍ରିକେଟହକି ଦଳର ନେତୃତ୍ଵ ନେଇଥିଲେ ।

ତାଙ୍କ ରାଜନୈତିକ ଜୀବନ ୧୯୪୬ରେ ଆରମ୍ଭକରି ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୭୫ରେ ଯେତେବେଳେ ଜରୁରି କାଳୀନ ସ୍ଥିତି ଘୋଷଣା ହେଲା, ବିଜୁ ପଟ୍ଟନାୟକ ପ୍ରଥମ ବ୍ୟକ୍ତି ଥିଲେ ଯିଏ ଅନ୍ୟ ବିରୋଧୀ ନେତାମାନଙ୍କ ସହ ଗିରଫ ହୋଇଥିଲେ । ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ ।

ବିଜୁ ପଟ୍ଟନାୟକଙ୍କ ପ୍ରଦତ୍ତ ଧନରାଶିର ସୁଧରୁ ଲବ୍ଧ ଅର୍ଥକୁ ୟୁନେସ୍କୋ ଦ୍ଵାରା କଳିଙ୍ଗ ପୁରସ୍କାର ଭାବେ ପ୍ରଦାନ କରାଯାଇଥାଏ ।


ପୁରା ପଢ଼ନ୍ତୁ...