ଓଡ଼ିଶୀ

ଉଇକିପିଡ଼ିଆ ରୁ
ଓଡ଼ିଶୀ ନାଟ
Odissi dancer.jpg
ଓଡ଼ିଶୀ ନାଟ ପରିବେଷଣ
ମାଧ୍ୟମ ଗୀତ-ନାଟ
ପ୍ରକାର ମଙ୍ଗଳାଚରଣ
ପୁରାତନ କଳା ମାହାରୀ, ଗୋଟିପୁଅ
ସଂସ୍କୃତି ଓଡ଼ିଆ ଚଳଣି
ସୃଷ୍ଟି ଓଡ଼ିଶା,  ଭାରତ
ସମୟ କାଳ ମଧ୍ୟଯୁଗ
ଗୀତ-ସଙ୍ଗୀତ ଓଡ଼ିଶୀ ସଙ୍ଗୀତ
କଳାକାର ଏକକ ବା ବହୁ

ଓଡ଼ିଶୀ ଭାରତର ଆଠଟି ଶାସ୍ତ୍ରୀୟ ନାଟ ଭିତରୁ ଗୋଟିଏ । ଏହା ଓଡ଼ିଶାରୁ ଜନ୍ମ ଲାଭ କରିଛି । ପୁରାତନ ତତ୍ୱ ଅନୁସାରେ ଏହା ଭାରତର ଜୀବନ୍ତ ନୃତ୍ୟକଳା ଭିତରୁ ଗୋଟିଏ ।[୧][୨] ଭାରତୀୟ ନୃତ୍ୟକଳାର ପୋଥି ନାଟ୍ୟ ଶାସ୍ତ୍ର ଏହାକୁ ଓଡ୍ର-ମାଗଧି ବୋଲି କହେ । ପ୍ରଥମ ଖ୍ରୀଷ୍ଟପୂର୍ବ ବେଳକୁ ଭୁବନେଶ୍ୱରଖଣ୍ଡଗିରିଉଦୟଗିରି ଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା ଯାହା ସେ କେତେ ପୁରୁଣା ସେକଥା ପ୍ରମାଣ କରେ । ପରାଧୀନ ଭାରତରେ ଫିରିଙ୍ଗି ମାନଙ୍କ ଦେଇ ଏହା କିଛି ପରିମାଣରେ ଦବିଯାଇଥିଲେ ହେଁ ସ୍ଵାଧୀନତା ପରେ ଓଡ଼ିଶୀ ପୁଣି ତାର ଆଗର ଗୌରବ ଫେରିପାଇଥିଲା ।

ଏହାର ତ୍ରିଭଙ୍ଗୀ ଠାଣି ବା ଦେହର ତିନୋଟି ଅଙ୍ଗ- ମୁଣ୍ଡ, ଛାତି ଓ ଅଣ୍ଟାର ସ୍ଵାଧୀନ ଗତି ଏହାକୁ ବାକି ଭାରତୀୟ ନାଟ ଠାରୁ ପୁରାପୁରି ନିଆରା କରି ଗଢ଼ିତୋଳିଛି ।[୩][୪] ଆଉ ମୌଳିକ ଚଉକୋଣ ନାଚକୁ ଚଉକା କୁହାଯାଏ ।

ଭିତର ଚିଜ

[ଏହାକୁ ବଦଳାନ୍ତୁ] ଆରମ୍ଭ ଓ ଇତିହାସ

ଜଗନ୍ନାଥ ମନ୍ଦିର ନୀତିରେ ଓଡ଼ିଶୀ

ଖାରବେଳଙ୍କ ସମୟରେ ଅଙ୍କାଯାଇଥିବା ଉଦୟଗିରିର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତ୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । ଜଗନ୍ନାଥ ମନ୍ଦିରରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିର ମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଧ ସଙ୍ଘ ମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିର ମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ ।[୫] ଖ୍ରିଷ୍ଟପୁର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ ଉଦୟଗିରିର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି ଓଡ୍ର ମାଗଧିକୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।[୬]

[ଏହାକୁ ବଦଳାନ୍ତୁ] ମନ୍ଦିର ଇତିହାସ

ରାହୁଳ ଆଚାର୍ଯ୍ୟଙ୍କ ଓଡ଼ିଶୀ ମୁଦ୍ରା

ଖ୍ରିଷ୍ଟପୁର୍ବ ୨ୟ ଶତାବ୍ଦୀରେ ତିଆରି ଭୁବନେଶ୍ୱରରେ ଥିବା ଖଣ୍ଡଗିରିଉଦୟଗିରି ସେତେବେଳର ସମ୍ରାଟ ଖାରବେଳଙ୍କ ଦ୍ଵାରା ତିଆରି କରାଯାଇଥିଲା । ଗବେଷକମାନେ କହନ୍ତି ଗୁମ୍ଫାରେ ଅଙ୍କାଯାଇଥିବା ହେତୁ ଓ ଅନେକ ସେହିଭଳି ପୁରୁଣା ପ୍ରମାଣ ମିଳୁଥିବାରୁ ଓଡ଼ିଶୀ ସବୁଠୁ ବେଶି ପୁରୁଣା ନୃତ୍ୟକଳା । କୋଣାର୍କବ୍ରହ୍ମେଶ୍ଵର ମନ୍ଦିର କାନ୍ଥରେ ଅଙ୍କା ଚିତ୍ରରେ ବି ନାଚୁଥିବା ଓଡ଼ିଶୀ ନର୍ତ୍ତକ ଓ ନର୍ତ୍ତକୀ ଦେଖିବାକୁ ମିଳନ୍ତି ।[୭]

ଷଷ୍ଠ-ନବମ ଶତାବ୍ଦିରେ ତିଆରି ହୋଇଥିବା ବୌଦ୍ଧ କୀର୍ତ୍ତି, ଯାଜପୁରରତ୍ନଗିରିରେ ଥିବା ପାହାଡ଼ରେ ଏବେକାର ଓଡ଼ିଶୀ ସହ ସମାନତା ଥିବା ନାଚ ଉପରେ ଅଙ୍କାଯାଇଥିବା ଚିତ୍ର ଦେଖିବାକୁ ମିଳେ ।

ହିରାପୁରର ଚଉଷଠି ଯୋଗିନି ମନ୍ଦିର ଭଳି ତନ୍ତ୍ର ମନ୍ଦିର ମାନଙ୍କରେ ଥିବା ଯୋଗିନିମାନେ ଯେଉଁ ମୁଦ୍ରାରେ ଅଛନ୍ତି ସେସବୁ ଏବେକାର ଓଡ଼ିଶୀର ଇତିହାସ ଜାଣିବାରେ ସାହାଯ୍ୟ କରେ ।

ଓଡ଼ିଶୀ, ଓଡ଼ିଶାର ଶିବ, ବିଷ୍ଣୁ ଓ ବାକି ମନ୍ଦିର (କୋଣାର୍କର ସୁର୍ଯ୍ୟ ମନ୍ଦିର)ରେ ଥିବା ଅଗଣିତ ମୂର୍ତ୍ତିରେ ଦେଖିବାକୁ ମିଳେ ।


ଗିନିଜ ରେକର୍ଡ ଉଦ୍ଦେଶ୍ୟରେ ଆୟୋଜିତ ନୃତ୍ୟ ପ୍ରତିଯୋଗିତାର ପ୍ରମାଣପତ୍ର

[ଏହାକୁ ବଦଳାନ୍ତୁ] ଆଧାର

[ଏହାକୁ ବଦଳାନ୍ତୁ] ବାହାର ଆଧାର


ନିଜର ଟୁଲ
ନେମସ୍ପେସ

ନିଆରା
କାମ
ଦିଗବାରେଣି
ଯୋଗାଯୋଗ
ସହଯୋଗ କରନ୍ତୁ
ଉପକରଣ
ଅଲଗା ଭାଷା