ଗଣେଶ
ଗଣେଶ ଜଣେ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ ।
ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ ପାର୍ବତୀ ଏହାଙ୍କୁ ଦ୍ଵାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ଵତନ୍ତ୍ର ପୂଜା ହୁଏ ରକ୍ତ ଚନ୍ଦ୍ର, ରକ୍ତ ପୁଷ୍ପରେ ଏହାଙ୍କୁ ପୂଜା କରାଯାଏ ଏହାଙ୍କର ଗଜମସ୍ତକ, ଏକଦନ୍ତ, ଥନ୍ତଲ ପେଟ ଓ ସାପ ପଇତା ଏହାଙ୍କର ବାହନ ମୂଷା
ଭିତର ଚିଜ |
[ଏହାକୁ ବଦଳାନ୍ତୁ] ନାମର ବିଶେଷତା
[ଏହାକୁ ବଦଳାନ୍ତୁ] ଅନ୍ୟ ନାମସବୁ
- ଗଣପତି: ଗଣ ବା ଲୋକଙ୍କର ଦେବତା ବା ଗଣଦେବତା ।
- ଗଜାନନ: ଗଜ ବା ହାତୀର ଶୁଣ୍ଡଧାରୀ ଭାବରେ ସେ ଗଜାନନ ନାଆଁରେ ମଧ୍ୟ ଜଣା ।
- ବିନାୟକ
- ଲମ୍ବୋଦର: ଲମ୍ବା ଉଦର ବା ବଡ଼ ପେଟ ଥିବାରୁ ତାଙ୍କୁ ଲମ୍ବୋଦର ବୋଲି କୁହାଯାଇଥାଏ ।