| ଚର୍ଚ୍ଚିକା ମନ୍ଦିର |
 |
| Name |
| ମୂଳ ନାଆଁ: |
ଚର୍ଚ୍ଚିକା ମନ୍ଦିର |
| ଅବସ୍ଥାନ |
| ଦେଶ: |
ଭାରତ |
| ରାଜ୍ୟ: |
ଓଡ଼ିଶା |
| ଅବସ୍ଥାନ: |
ବାଙ୍କୀ |
| ତିଆରି ଶୈଳୀ ଓ ଚଳଣି |
| ମୂଖ୍ୟ ଦେବାଦେବୀ: |
ଚର୍ଚ୍ଚିକା (ଚାମୁଣ୍ଡା) |
| ପର୍ବପର୍ବାଣୀ: |
କୁମାର ପୂର୍ଣ୍ଣିମା [୧] |
ଚର୍ଚ୍ଚିକା ମନ୍ଦିର କଟକ ଜିଲ୍ଲାର, ବାଙ୍କୀ ସହରରେ ଥିବା ଏକ ପ୍ରାଚୀନ ଶକ୍ତି ପୀଠ । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ ।[୨]ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତିଟି ପର୍ଶୁରାମଙ୍କ ଦ୍ଵାରା ତିଆରି କରାଯାଇଥିବା ବିଶ୍ଵାସ କରାଯାଏ । [୩]
ମହାନଦୀ କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି ଖଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡ଼ି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I
ଦେବୀ ଚର୍ଚ୍ଚିକାଙ୍କ ପାଖରେ ବର୍ଷର ତିନି ମାସ କାର୍ତ୍ତିକ, ମାଘ ଓ ବୈଶାଖରେ ଆମିଷ ଭୋଗ ନିଷିଦ୍ଧ । ଅନ୍ୟ ମାସ ଗୁଡିକରେ କେବଳ ଗୁରୁବାର ଛାଡ଼ି ଅନ୍ୟ ଦିନ ଗୁଡ଼ିକରେ ଆମିଷ ଭୋଗ ହୋଇଥାଏ । କିନ୍ତୁ ଶାରଦୀୟ ପୂଜାରେ ମୂଳାଷଷ୍ଠୀ ଠାରୁ ଷୋଳ ପୂଜା ମଧ୍ୟରେ ପ୍ରତ୍ୟେକ ଦିନ ଆମିଷ ଭୋଗ ହେବାର ବିଧି ବ୍ୟବସ୍ଥା ରହିଛି । [୪]