ମକର ସଂକ୍ରାନ୍ତି
| ଏହି ଲେଖାଟି ଏକ ମୁଣ୍ଡିଆ ଲେଖା, ଆପଣ ଏହାକୁ ଏଠାରେ ବଦଳାଇ ଉଇକିପିଡ଼ିଆକୁ ଉନ୍ନତ କରିପାରନ୍ତେ । |
ମକର ସଂକ୍ରାନ୍ତି, ଓଡ଼ିଶାର ଏକ ପର୍ବ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୁଏ ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ ମକର ସଂକ୍ରାନ୍ତି ଦିନ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦି ମିଶାଇ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଦେବାଦେବୀଙ୍କ ନିକଟରେ ଭୋଗ ଲଗାଯାଏ ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତଆ ଆୟୋଜନ କରାଯାଇଥାଏ ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି
ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଭାବେ ପରିଚିତ ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ