ସୁରମା ପାଢ଼ୀ
ସୁରମା ପାଢ଼ୀ | |
---|---|
ବାଚସ୍ପତି: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦ ଜୁନ ୨୦୦୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରମିଳା ମଲ୍ଲିକ |
ବିଧାୟିକା: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ସତ୍ୟନାରାୟଣ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ରଣପୁର |
ବିଧାୟିକା: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ରମାକାନ୍ତ ମିଶ୍ର |
ପର ଅଧିକାରୀ | ସତ୍ୟନାରାୟଣ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ରଣପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୯ ଡିସେମ୍ବର ୧୯୬୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ବିପିନ ବିହାରୀ ପାଢ଼ୀ |
ବାପା/ବୋଉ | ହରିଶ୍ଚନ୍ଦ୍ର ପାଢ଼ୀ (ବାପା) |
ବୃତ୍ତି | ଓକିଲ ରାଜନୀତିଜ୍ଞ |
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ତଥା ବାଚସ୍ପତି ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ମସିହାରେ ସେ ପ୍ରଥମ କରି ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧] ୨୦୨୪ ମସିହାରେ, ୧୭ଶ ଓଡ଼ିଶା ବିଧାନ ସଭାରେ ବାଚସ୍ପତି ଭାବରେ ସେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ ।[୨]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୩] ତାଙ୍କ ବାପାଙ୍କ ନାମ ଥିଲା ହରିଶ୍ଚନ୍ଦ୍ର ପାଢ଼ୀ । ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ ।[୪] ପରବର୍ତ୍ତୀ ସମୟରେ ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସେ ବିପିନ ବିହାରୀ ପାଢ଼ୀଙ୍କୁ ବିବାହ କରିଥିଲେ ।[୩] ଏହି ଦମ୍ପତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।
ରାଜନୈତିକ ଜୀବନ
[ସମ୍ପାଦନା]ସୁରମା ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେ ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ୨୦୦୦ ମସିହାରେ ଏହି ପଦରେ ରହିଥିଲେ ।[୧] ପରେ ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ ଏବଂ ୨୦୦୨ ମସିହାଯାଏଁ ଏହି ପଦରେ କାର୍ଯ୍ୟ କରିଥିଲେ ।[୧] ଏଥି ସହିତ ସେ ଭାରତୀୟ ଜନତା ପାର୍ଟିର ବିଭିନ୍ନ ପଦବୀରେ ରହି କାର୍ଯ୍ୟ କରିଥିଲେ ।[୪]
୨୦୦୪ ମସିହାରେ ଓଡ଼ିଶା ନିର୍ବାଚନରେ ସୁରମା ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ନିର୍ବାଚିତ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।[୪] ସୁରମା ନବୀନ ପଟ୍ଟନାୟକଙ୍କର ୨ୟ ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୮ ମଇ ୨୦୦୪ରୁ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ ଏବଂ ୯ ମାର୍ଚ୍ଚ ୨୦୦୯ ଯାଏଁ ସେ କାର୍ଯ୍ୟ କରିଥିଲେ ।[୧]
୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୩୩,୦୪୨ ଖଣ୍ଡ ଭୋଟ ପାଇବା ସହ ୨ୟ ସ୍ଥାନରେ ଥିଲେ ।[୫] ବିଜୁ ଜନତା ଦଳର ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ ସମୁଦାୟ ୫୪,୬୪୩ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬]
ଏହାପରେ ସେ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୪,୨୭୯ ଖଣ୍ଡ ଭୋଟ ପାଇବା ସହ ପୁଣିଥର ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୭] ବିଜୁ ଜନତା ଦଳର ପ୍ରାର୍ଥୀ ରବିନାରାୟଣ ମହାପାତ୍ର ଏହି ନିର୍ବାଚନରେ ସମୁଦାୟ ୬୦,୭୦୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ଯାଇଥିଲେ ।[୮]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୧,୪୩୯ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ସତ୍ୟନାରାୟଣ ପ୍ରଧାନଙ୍କୁ ୧୫,୫୪୪ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯] ଏହି ବିଧାନ ସଭାରେ, ସେ ବାଚସ୍ପତି ଭାବରେ କାର୍ଯ୍ୟ କରୁଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Smt. Surama Padhy". odishaassembly.nic.in. Odisha Assembly. Retrieved 8 March 2019.
- ↑ ୨.୦ ୨.୧ Halim, Shaikh (20 June 2024). "ସୁରମା ପାଢ଼ୀ ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କଲେ: ଗୃହର ଗାରିମା ରକ୍ଷା କରିବି ବୋଲି କହିଲେ". Sambad. Retrieved 20 June 2024.
- ↑ ୩.୦ ୩.୧ ୩.୨ "MLA Surama Padhy Profile | RANPUR Constituency". naveenpatnaik.com. Archived from the original on 2017-10-26. Retrieved 2019-03-08.
- ↑ ୪.୦ ୪.୧ ୪.୨ "MLA Surama Padhy Profile | RANPUR Constituency". odishahelpline.com. Retrieved 2019-03-08.
- ↑ http://eci.nic.in/eci_main/StatisticalReports/AE2009/stat_OR_April2009.pdf
- ↑ "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 12 April 2014.
21601
- ↑ "Constituency Wise odisha Assembly Election result 2014". Leadtech.in. Archived from the original on 18 August 2014. Retrieved 20 August 2014.
- ↑ "Odisha - Ranpur". Election Commission of India. Archived from the original on 23 May 2014. Retrieved 20 August 2014.
- ↑ "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.