ଅରୁଣ ଦେ

ଉଇକିପିଡ଼ିଆ‌ରୁ
ଅରୁଣ ଦେ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀପ୍ରିୟନାଥ ନନ୍ଦି
ପର ଅଧିକାରୀକାର୍ତ୍ତିକ ଚନ୍ଦ୍ର ରାଉତ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀକାର୍ତ୍ତିକ ଚନ୍ଦ୍ର ରାଉତ
ପର ଅଧିକାରୀଗୋପନାରାୟଣ ଦାସ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୦
ପୂର୍ବ ଅଧିକାରୀଗୋପନାରାୟଣ ଦାସ
ପର ଅଧିକାରୀଜୀବନ ପ୍ରଦୀପ ଦାଶ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଜୀବନ ପ୍ରଦୀପ ଦାଶ
ପର ଅଧିକାରୀଜୀବନ ପ୍ରଦୀପ ଦାଶ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1946-04-30)୩୦ ଅପ୍ରେଲ ୧୯୪୬
ମୃତ୍ୟୁ୨ ଅଗଷ୍ଟ ୨୦୨୧(2021-08-02) (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଓଡ଼ିଶା ଗଣ ପରିଷଦ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସିପିଆଇ
ବାପା/ବୋଉଗୋଲକନାଥ ଦେ
ବୃତ୍ତିରାଜନୀତିଜ୍ଞ

ଅରୁଣ ଦେ (୩୦ ଅପ୍ରେଲ ୧୯୪୬ - ୨ ଅଗଷ୍ଟ ୨୦୨୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥିଲେ । ସେ ଓଡ଼ିଶା ରାଜନୀତିରେ ପ୍ରଥମ କମ୍ଯୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୧୦ମ, ୧୧ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜୀବନୀ[ସମ୍ପାଦନା]

ପ୍ରାରମ୍ଭିକ ଜୀବନ[ସମ୍ପାଦନା]

ଅରୁଣ ଦେ ୧୯୪୬ ମସିହାର ଅପ୍ରେଲ ମାସ ୩୦ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୋଲକନାଥ ଦେ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ସେ ଓକିଲାତି ପଢ଼ିବା ପରେ ଜଣେ ଆଇନଜୀବୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଆଜୀବନ ଅବିବାହିତ ଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅରୁଣ ଦେ ୧୯୭୧ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗ ଦେଇଥିଲେ ଏବଂ ୧୯୯୪ ମସିହାଯାଏଁ ସେ ଏହି ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ୫ଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସିପିଆଇର ପ୍ରାର୍ଥୀ ଭାବରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ଏହାପରେ ପୁନର୍ବାର ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୯୮୦, ୧୯୯୦ ମସିହାରେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୮ମ, ୧୦ମ, ୧୧ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

କରୋନାରେ ପୀଡ଼ିତ ହୋଇ ୨୦୨୧ ଅଗଷ୍ଟ ମାସ ୨ ତାରିଖରେ ଅରୁଣ ଦେଙ୍କର ପରଲୋକ ଘଟିଥିଲା ।[୨]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Arun Dey". odishaassembly.nic.in. Odisha Assembly. Retrieved 28 May 2019.
  2. "ଅଲବିଦା ଦାଦା". No. ସମ୍ବାଦ ୦୩/୦୮/୨୦୨୧ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୨୦. ଇଷ୍ଟର୍ଣ୍ଣ ମିଡ଼ିଆ. Retrieved 3 August 2021.