ମହେଶ୍ୱର ବାଗ

ଉଇକିପିଡ଼ିଆ‌ରୁ
ମହେଶ୍ୱର ବାଗ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଅକ୍ଷୟ ନାରାୟଣ ପ୍ରହରାଜ
ପର ଅଧିକାରୀଚିନ୍ତାମଣି ଜେନା
ନିର୍ବାଚନ ମଣ୍ଡଳୀବସ୍ତା
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଚିନ୍ତାମଣି ଜେନା
ପର ଅଧିକାରୀଭୂପାଳ ଚନ୍ଦ୍ର ମହାପାତ୍ର
ନିର୍ବାଚନ ମଣ୍ଡଳୀବସ୍ତା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1931-04-17)୧୭ ଅପ୍ରେଲ ୧୯୩୧
ମୃତ୍ୟୁ୨୮ ଜାନୁଆରୀ ୨୦୧୬(2016-01-28) (ବୟସ ୮୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀକୁନ୍ଦଲତା ବାଗ
ସନ୍ତାନ୧ ପୁଅ, ୧ ଝିଅ
ବାପା/ବୋଉଦାମୋଦର ବାଗ (ବାପା)
ବୃତ୍ତିରାଜନୀତିଜ୍ଞ

ମହେଶ୍ୱର ବାଗ (୧୭ ଅପ୍ରେଲ ୧୯୩୧ - ୨୮ ଜାନୁଆରୀ ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପାରିବାର[ସମ୍ପାଦନା]

ମହେଶ୍ୱର ବାଗ ୧୯୩୧ ମସିହାର ଅପ୍ରେଲ ମାସ ୧୭ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦାମୋଦର ବାଗ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ମହେଶ୍ୱରଙ୍କର ପତ୍ନୀଙ୍କ ନାମ କୁନ୍ଦଲତା ବାଗ । ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କ ସମେତ ସମୁଦାୟ ସନ୍ତାନ ସଂଖ୍ୟା ୨ ।

ରାଜନୈତିକ ଜୀବନ[ସମ୍ପାଦନା]

ମହେଶ୍ୱର ବାଗ ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟି, ଜନତା ପାର୍ଟି, ଉତ୍କଳ କଂଗ୍ରେସ ଆଦି ରାଜନୈତିକ ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମହେଶ୍ୱର ବାଗ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମହେଶ୍ୱର ଜନତା ପାର୍ଟିର ପ୍ରାର୍ଥୀ ଭାବରେ ପୁଣିଥରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ମହେଶ୍ୱର ବାଗ ୨୦୧୬ ମସିହାର ଜାନୁଆରୀ ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "Late Maheswar Baug". odishaassembly.nic.in. Odisha Assembly. Retrieved 18 June 2019.
  2. "ପୂର୍ବତନ ମନ୍ତ୍ରୀ ମହେଶ୍ୱର ବାଗଙ୍କ ପରଲୋକ". dharitri.com. ୨୯ ଜାନୁଆରୀ ୨୦୧୬. Retrieved 27 March 2021. {{cite web}}: Check date values in: |date= (help)