ପ୍ୟାରୀମୋହନ ଦାସ

ଉଇକିପିଡ଼ିଆ‌ରୁ
ପ୍ୟାରୀମୋହନ ଦାସ
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୧
ପୂର୍ବ ଅଧିକାରୀଶଶିକାନ୍ତ ଭଞ୍ଜ
ପର ଅଧିକାରୀକାର୍ତ୍ତିକେଶ୍ୱର ପାତ୍ର
ନିର୍ବାଚନ ମଣ୍ଡଳୀଭୋଗରାଇ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୩ ଅକ୍ଟୋବର ୧୯୮୭
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀନିର୍ମଳବାଳା ଦାସ
ସନ୍ତାନ୫ ଝିଅ
ବାପା/ବୋଉକୁଶଧ୍ୱଜ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ୟାରୀମୋହନ ଦାସ (ମୃତ୍ୟୁ: ୨୩ ଅକ୍ଟୋବର ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ପ୍ୟାରୀମୋହନ ଦାସ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୁଶଧ୍ୱଜ ଦାସ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ପ୍ୟାରୀମୋହନ ନିର୍ମଳବାଳା ଦାସଙ୍କୁ ବିବାହ କରିଥିଲେ । ତାଙ୍କର ୫ ଜଣ ଝିଅ ଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ପ୍ୟାରୀମୋହନ ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପ୍ୟାରୀମୋହନ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୬,୮୬୩ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି ଦୁର୍ଗା ଶଙ୍କର ଦାସଙ୍କୁ ୬,୦୦୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପ୍ୟାରୀମୋହନ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପୁଣିଥରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୧,୫୯୮ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୬,୪୯୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Late Pyarimohan Das". odishaassembly.nic.in. Odisha Assembly. Retrieved 26 June 2019.
  2. ୨.୦ ୨.୧ "Orissa 1961". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1967". Election Commission of India (in Indian English). Retrieved 2019-06-27.