ମକର ସେଠୀ

ଉଇକିପିଡ଼ିଆ‌ରୁ
ମକର ସେଠୀ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଉପେନ୍ଦ୍ର ଜେନା, ବୀରକିଶୋର ଜେନା
ପର ଅଧିକାରୀଭୁବନାନନ୍ଦ ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀଭୁବନାନନ୍ଦ ଜେନା
ପର ଅଧିକାରୀଭୁବନାନନ୍ଦ ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଭୁବନାନନ୍ଦ ଜେନା
ପର ଅଧିକାରୀଜୟଦେବ ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-01-15)ଜାନୁଆରୀ ୧୫, ୧୯୨୫
ମୃତ୍ୟୁ୧୩ ନଭେମ୍ବର ୧୯୯୪(1994-11-13) (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ, କଂଗ୍ରେସ (ଆର୍)
ଜୀବନ ସାଥୀସଶାନୀ ଦେବୀ
ସନ୍ତାନ୩ ପୁଅ, ୧ ଝିଅ
ବାପା/ବୋଉଦୀନବନ୍ଧୁ ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ମକର ସେଠୀ (୧୫ ଜାନୁଆରୀ ୧୯୨୫ - ୧୩ ନଭେମ୍ବର ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଭାରତୀୟ ଜାତୀୟ କଂଗ୍ରେସ, (କଂଗ୍ରେସ ଆର୍) ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧, ୧୯୭୧ ଓ ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୫ମ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ମକର ସେଠୀ ୧୯୨୫ ମସିହାର ଜାନୁଆରୀ ମାସ ୧୫ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୀନବନ୍ଧୁ ସେଠୀ । ତାଙ୍କର ପତ୍ନୀଙ୍କ ନାମ ସଶାନୀ ଦେବୀ । ମକରଙ୍କର ୩ ପୁଅ ଓ ୧ ଝିଅଙ୍କ ସମେତ ସମୁଦାୟ ସନ୍ତାନସନ୍ତତି ସଂଖ୍ୟା ଥିଲା ୪ ।

ରାଜନୈତିକ ଜୀବନ[ସମ୍ପାଦନା]

ମକର ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, (କଂଗ୍ରେସ ଆର୍) ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର କାର୍ଯ୍ୟ କରିଥିଲେ ।

ମକର ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬,୮୨୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ, ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ବୀରକିଶୋର ଜେନାଙ୍କୁ ୨,୮୪୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୬୧ ମସିହାରୁ ୧୯୬୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ମକର ଭାରତୀୟ ଜାତୀୟ କଂଗ୍ରେସର (ଆର୍) ପ୍ରାର୍ଥୀ ଭାବରେ ପୁଣିଥରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୧,୨୨୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଶିବ ଚରଣ ସେଠୀଙ୍କୁ ୭,୬୧୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୭୧ ମସିହାରୁ ୧୯୭୩ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।

୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ମକର ଭାରତୀୟ ଜାତୀୟ କଂଗ୍ରେସର (ଆର୍) ପ୍ରାର୍ଥୀ ଭାବରେ ପୁଣିଥରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୧୧,୪୮୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭୁବନାନନ୍ଦ ଜେନାଙ୍କୁ ୬,୫୧୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪] ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ମକର ସେଠୀ ୧୯୯୪ ମସିହାର ନଭେମ୍ବର ମାସ ୧୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Late Makar Sethi". odishaassembly.nic.in. Odisha Assembly. Retrieved 5 July 2019.
  2. ୨.୦ ୨.୧ "Orissa 1961". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1971". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 1977". Election Commission of India (in Indian English). Retrieved 2019-06-27.