ଜୟଦେବ ଜେନା

ଉଇକିପିଡ଼ିଆ‌ରୁ
ଜୟଦେବ ଜେନା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀମାୟାଧର ଜେନା
ପର ଅଧିକାରୀଭାଗିରଥୀ ସେଠୀ
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀଦାଶରଥୀ ଜେନା
ପର ଅଧିକାରୀମାୟାଧର ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀମକର ସେଠୀ
ପର ଅଧିକାରୀଦାଶରଥୀ ଜେନା
ନିର୍ବାଚନ ମଣ୍ଡଳୀଆନନ୍ଦପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1951-03-10) ୧୦ ମାର୍ଚ୍ଚ ୧୯୫୧ (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ (ଇ)
ଜୀବନ ସାଥୀମମତା ମଞ୍ଜରୀ ଜେନା
ସନ୍ତାନସଂଗ୍ରାମ ଜେନା (ପୁଅ)
ବାପା/ବୋଉସଂଖାଳୀ ଚରଣ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଜୟଦେବ ଜେନା (ଜନ୍ମ: ୧୦ ମାର୍ଚ୍ଚ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ ସେ କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜୟଦେବ ଜେନା ୧୯୫୧ ମସିହାର ମାର୍ଚ୍ଚ ମାସ ୧୦ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଂଖାଳୀ ଚରଣ ଜେନା । ଜୟଦେବଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ମମତା ମଞ୍ଜରୀ ଜେନା । ତାଙ୍କ ପୁଅ ସଂଗ୍ରାମ ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ ।

ରାଜନୈତିକ ଜୀବନ[ସମ୍ପାଦନା]

ଜୟଦେବ ଜେନା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ କାର୍ଯ୍ୟ କରିଛନ୍ତି ।

୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ କଂଗ୍ରେସ (ଇ)ର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୨,୩୯୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସ (ଆର୍)ର ପ୍ରାର୍ଥୀ ଦାଶରଥୀ ଜେନାଙ୍କୁ ୧୩,୩୭୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୮୦ ମସିହାରୁ ୧୯୮୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୧,୫୬୦ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ପାର୍ଟିର ପ୍ରାର୍ଥୀ ଦାଶରଥୀ ଜେନାଙ୍କୁ ୧୩,୫୭୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୧୯୮୫ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୩,୩୧୪ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୪] ଏହି ନିର୍ବାଚନରେ ଜନତା ଦଳର ପ୍ରାର୍ଥୀ ଦାଶରଥୀ ଜେନା ସମୁଦାୟ ୪୮,୯୪୭ ଖଣ୍ଡ ଭୋଟ ପାଇ ୧୦ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]

୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୯,୫୭୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଜନତା ଦଳର ପ୍ରାର୍ଥୀ ଭାଗିରଥୀ ସେଠୀଙ୍କୁ ୭,୯୯୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୫] ଏହି ବିଧାନ ସଭାରେ ସେ ୧୯୫୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୨,୬୯୮ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୬] ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ମାୟାଧର ଜେନା ସମୁଦାୟ ୫୭,୪୯୨ ଖଣ୍ଡ ଭୋଟ ପାଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬]

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୯,୦୩୨ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୭] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ମାୟାଧର ଜେନାଙ୍କୁ ୨୫,୨୦୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୭] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୨,୬୯୮ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୮] ଏହି ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଭାଗିରଥୀ ସେଠି ସମୁଦାୟ ୭୨,୭୬୫ ଖଣ୍ଡ ଭୋଟ ପାଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୮]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୦,୨୯୬ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ ।[୯] ଏହି ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ମାୟାଧର ଜେନା ସମୁଦାୟ ୮୨,୫୨୦ ଖଣ୍ଡ ଭୋଟ ପାଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୯]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜୟଦେବ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୫,୬୫୭ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ । ଏହି ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଭାଗିରଥୀ ସେଠି ସମୁଦାୟ ୮୯,୮୫୦ ଖଣ୍ଡ ଭୋଟ ପାଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ |

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଆନନ୍ଦପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଆନନ୍ଦପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଆନନ୍ଦପୁର ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଆନନ୍ଦପୁର ଭାରତୀୟ ଜାତୀୟ କଂଗ୍ରେସ

ଆଧାର[ସମ୍ପାଦନା]

  1. "Shri Jayadev Jena". odishaassembly.nic.in. Odisha Assembly. Retrieved 10 July 2019.
  2. ୨.୦ ୨.୧ "Orissa 1980". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 1985". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 1990". Election Commission of India (in Indian English). Retrieved 2019-06-27.
  5. ୫.୦ ୫.୧ "Orissa 1995". Election Commission of India (in Indian English). Retrieved 2019-06-27.
  6. ୬.୦ ୬.୧ "Orissa 2000". Election Commission of India (in Indian English). Retrieved 2019-06-27.
  7. ୭.୦ ୭.୧ "Orissa 2004". Election Commission of India (in Indian English). Retrieved 2019-06-27.
  8. ୮.୦ ୮.୧ "Orissa 2009". Election Commission of India (in Indian English). Retrieved 2019-06-27.
  9. ୯.୦ ୯.୧ "Orissa 2014". Election Commission of India (in Indian English). Retrieved 2019-06-27.