ମୋହନ ଚରଣ ମାଝୀ

ଉଇକିପିଡ଼ିଆ‌ରୁ
ମୋହନ ଚରଣ ମାଝୀ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଅଭିରାମ ନାଏକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀଯୋଗେନ୍ଦ୍ର ନାଏକ
ପର ଅଧିକାରୀସୁବର୍ଣ୍ଣ ନାଏକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-01-06) ୬ ଜାନୁଆରୀ ୧୯୭୨ (ବୟସ ୫୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀପ୍ରିୟଙ୍କା ମାର୍ଣ୍ଡି
ସନ୍ତାନ୧ ପୁଅ, ୧ ଝିଅ
ବାପା/ବୋଉଗୁନାରାମ ମାଝୀ (ବାପା)
ବୃତ୍ତିରାଜନୀତିଜ୍ଞ

ମୋହନ ଚରଣ ମାଝୀ (ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୯ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମୋହନ ଚରଣ ମାଝୀ ୧୯୭୨ ମସିହାର ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ । ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି ।

ରାଜନୈତିକ ଜୀବନ[ସମ୍ପାଦନା]

ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ବର୍ତ୍ତମାନ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୪] ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୫] ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଆଧାର[ସମ୍ପାଦନା]

  1. "Shri Mohan Charan Majhi". odishaassembly.nic.in. Odisha Assembly. Retrieved 19 July 2019.
  2. ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 2004". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 2009". Election Commission of India (in Indian English). Retrieved 2019-06-27.
  5. ୫.୦ ୫.୧ "Orissa 2014". Election Commission of India (in Indian English). Retrieved 2019-06-27.