ପୂର୍ଣ୍ଣାନନ୍ଦ ସାମଲ

ଉଇକିପିଡ଼ିଆ‌ରୁ
ପୂର୍ଣ୍ଣାନନ୍ଦ ସାମଲ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଉତ୍ତର ପୁରୀ ସଦର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପ୍ରଦୀପ୍ତ କିଶୋର ଦାସ, ବାଇଧର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀଲକ୍ଷ୍ମଣ ମଲ୍ଲିକ
ନିର୍ବାଚନ ମଣ୍ଡଳୀକଟକ ସଦର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1916-01-01)୧ ଜାନୁଆରୀ ୧୯୧୬
ମୃତ୍ୟୁ୧୯ ଫେବୃଆରୀ ୧୯୮୭(1987-02-19) (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀହେମନ୍ତ କୁମାରୀ ସାମଲ
ବାପା/ବୋଉବନମାଳୀ ସାମଲ (ବାପା)
ବୃତ୍ତିରାଜନୀତିଜ୍ଞ

ପୂର୍ଣ୍ଣାନନ୍ଦ ସାମଲ (୧ ଜାନୁଆରୀ ୧୯୧୬ - ୧୯ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ପୂର୍ଣ୍ଣାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଭାରତ ସ୍ୱାଧୀନ ହେବା ପୂର୍ବରୁ ଓଡ଼ିଶାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଉତ୍ତର ପୁରୀ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ଦେଶ ସ୍ୱାଧୀନ ହେବାପରେ ସେ ୧୯୫୨ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଏବଂ ୧୯୫୭ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପୂର୍ଣ୍ଣାନନ୍ଦ ସାମଲ ୧୯୨୯ ମସିହା ନଭେମ୍ବର ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବନମାଳୀ ସାମଲ ଏବଂ ପତ୍ନୀଙ୍କ ନାମ ହେମନ୍ତ କୁମାରୀ ସାମଲ ।[୧] ପୂର୍ଣ୍ଣାନନ୍ଦଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୂର୍ଣ୍ଣାନନ୍ଦ ସାମଲ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ତିନିଥର କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ପୂର୍ଣ୍ଣାନନ୍ଦ ସାମଲ ୧୯୮୭ ମସିହାର ଫେବୃଆରୀ ମାସ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Purnananda Samal". odishaassembly.nic.in. Odisha Assembly. Retrieved 2 January 2020. {{cite web}}: Cite has empty unknown parameter: |dead-url= (help)