ଅଂଶୁମାନ ମହାନ୍ତି
ଦେଖଣା
ଅଂଶୁମାନ ମହାନ୍ତି | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ଅଲେଖ କୁମାର ଜେନା |
ପର ଅଧିକାରୀ | ଧ୍ରୁବ ଚରଣ ସାହୁ |
ନିର୍ବାଚନ ମଣ୍ଡଳୀ | ରାଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ନଭେମ୍ବର ୧୯୮୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ନଳିନୀକାନ୍ତ ମହାନ୍ତି (ବାପା) ଜ୍ୟୋତ୍ସ୍ନା ମହାନ୍ତି (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ଅଂଶୁମାନ ମହାନ୍ତି (ଜନ୍ମ: ୭ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଂଶୁମାନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଂଶୁମାନ ମହାନ୍ତି ୧୯୮୨ ମସିହାର ନଭେମ୍ବର ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଳିନୀକାନ୍ତ ମହାନ୍ତି ଜଣେ ରାଜନୀତିଜ୍ଞ ଥିଲେ, ଯିଏକି ଓଡ଼ିଶା ବିଧାନ ସଭାରେ ୭ ଥର ବିଧାୟକ ଭାବରେ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ଅଂଶୁମାନଙ୍କ ମାଆଙ୍କ ନାମ ଜ୍ୟୋତ୍ସ୍ନା ମହାନ୍ତି ।
ରାଜନୈତିକ ଜୀବନ
[ସମ୍ପାଦନା]ଅଂଶୁମାନ ମହାନ୍ତି ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Anshuman Mohanty". odishaassembly.nic.in. Odisha Assembly. Retrieved 8 April 2020.