ରାମ ଚନ୍ଦ୍ର ରାମ
ରାମ ଚନ୍ଦ୍ର ରାମ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ବସନ୍ତ ମଞ୍ଜରୀ ଦେବୀ |
ପର ଅଧିକାରୀ | ବି. ଏସ. ବି. ନରେନ୍ଦ୍ର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | ରଣପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୧, ୧୯୨୨ |
ମୃତ୍ୟୁ | ୨୬ ନଭେମ୍ବର ୧୯୯୩ | (ବୟସ ୭୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ସରସ୍ୱତୀ ଦେବୀ |
ବାପା/ବୋଉ | ବନମାଳୀ ରାମ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାମ ଚନ୍ଦ୍ର ରାମ (୧ ଜାନୁଆରୀ ୧୯୨୨ - ୨୬ ନଭେମ୍ବର ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରାମ ଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
୧୯୫୦ ମସିହାରେ ମୁକ୍ତିଲାଭ କରିଥିବା କଲ୍ୟାଣ ଗୁପ୍ତ ଓ ଅନନ୍ତ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ସପ୍ତଶଯ୍ୟା କଥାଚିତ୍ରରେ ସେ ଅଭିନୟ ମଧ୍ୟ କରିଥିଲେ। [୨]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାମ ଚନ୍ଦ୍ର ରାମ ୧୯୨୨ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବନମାଳୀ ରାମ ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ଦେବୀ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାମ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରାମ ଚନ୍ଦ୍ର ରାମ ୧୯୯୩ ମସିହାର ନଭେମ୍ବର ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଅଲ ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Ram Chandra Ram". odishaassembly.nic.in. Odisha Assembly. Retrieved 18 April 2020.
- ↑ Ghosha, Kārttika Kumāra (1984). Oḍiā caḷaccitrara itihāsa. Oḍiśā Buk Shṭora.