ବଂଶୀଧର ସାହୁ

ଉଇକିପିଡ଼ିଆ‌ରୁ
ବଂଶୀଧର ସାହୁ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀଭାଗବତ ବେହେରା
ପର ଅଧିକାରୀଭାଗବତ ବେହେରା
ନିର୍ବାଚନ ମଣ୍ଡଳୀନୟାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1944-11-30)ନଭେମ୍ବର ୩୦, ୧୯୪୪
ମୃତ୍ୟୁ୨୧ ଅକ୍ଟୋବର ୨୦୧୮(2018-10-21) (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀବିଦୁଲତା ସାହୁ
ବାପା/ବୋଉବାଞ୍ଛାନିଧି ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ବଂଶୀଧର ସାହୁ (୩୦ ନଭେମ୍ବର ୧୯୪୪ - ୨୧ ଅକ୍ଟୋବର ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବଂଶୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବଂଶୀଧର ସାହୁ ୧୯୪୪ ମସିହାର ନଭେମ୍ବର ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବାଞ୍ଛାନିଧି ସାହୁ ଏବଂ ପତ୍ନୀଙ୍କ ନାମ ବିଦୁଲତା ସାହୁ ।[୧] ତାଙ୍କର ଶିକ୍ଷାଗତ ଯୋଗତ୍ୟା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବଂଶୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବଂଶୀଧର ସାହୁ ୨୦୧୮ ମସିହାର ଅକ୍ଟୋବର ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ଥୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Banshidhar Sahoo". odishaassembly.nic.in. Odisha Assembly. Retrieved 9 May 2020.