ଉଇକିପିଡ଼ିଆ:ମାସର ବଛା ଲେଖା/ଜୁନ ୨୦୧୨

ଉଇକିପିଡ଼ିଆ‌ରୁ

ଚନ୍ଦନ ଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ । ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ । ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମା)ର ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ।

ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।

... ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ। ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ ସେବକ ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।


ପୁରା ପଢନ୍ତୁ...