ସୁରେନ୍ଦ୍ର ମୋହନ ପଟ୍ଟନାୟକ
ସୁରେନ୍ଦ୍ର ମୋହନ ପଟ୍ଟନାୟକ | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୬୧ | |
ପୂର୍ବ ଅଧିକାରୀ | ରତ୍ନପ୍ରଭା ଦେବୀ |
ପର ଅଧିକାରୀ | ନନ୍ଦିନୀ ଶତପଥୀ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଅଗଷ୍ଟ ୧୯୧୪ |
ମୃତ୍ୟୁ | ୨୦ ଡିସେମ୍ବର ୧୯୯୮ | (ବୟସ ୮୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ସଦାନନ୍ଦ ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁରେନ୍ଦ୍ର ମୋହନ ପଟ୍ଟନାୟକ (୨୮ ଅଗଷ୍ଟ ୧୯୧୪ - ୨୦ ଡିସେମ୍ବର ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସୁରେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀନ ହେବା ପୂର୍ବରୁ ୧୯୪୬ ମସିହାରେ ଓଡ଼ିଶାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୭୧ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ସୁରେନ୍ଦ୍ର ୧୯୧୪ ମସିହାର ଅଗଷ୍ଟ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାନନ୍ଦ ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ସୁରେନ୍ଦ୍ର ୧୯୯୮ ମସିହାର ଡିସେମ୍ବର ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Surendra Mohan Patnaik". odishaassembly.nic.in. Odisha Assembly. Retrieved 9 August 2020.