ହରିହର ସ୍ୱାଇଁ
ହରିହର ସ୍ୱାଇଁ | |
---|---|
ସାଂସଦ: ୧୪ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | କୁମୁଦିନୀ ପଟ୍ଟନାୟକ |
ପର ଅଧିକାରୀ | ନିତ୍ୟାନନ୍ଦ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଆସିକା |
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ନିତ୍ୟାନନ୍ଦ ପ୍ରଧାନ |
ପର ଅଧିକାରୀ | ନିତ୍ୟାନନ୍ଦ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | କବିସୂର୍ଯ୍ୟ ନଗର |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ହରିହର ଦାସ |
ପର ଅଧିକାରୀ | ରାଘବ ପରିଡ଼ା |
ନିର୍ବାଚନ ମଣ୍ଡଳୀ | ଆସିକା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ନଭେମ୍ବର ୧୯୩୯ |
ମୃତ୍ୟୁ | ୧୩ ଅକ୍ଟୋବର ୨୦୧୨ | (ବୟସ ୭୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କନକ ମଞ୍ଜରୀ ସ୍ୱାଇଁ |
ବାପା/ବୋଉ | ଦଣ୍ଡପାଣି ସ୍ୱାଇଁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରିହର ସ୍ୱାଇଁ (୧୧ ନଭେମ୍ବର ୧୯୩୯ - ୧୩ ଅକ୍ଟୋବର ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୪ ଭାରତୀୟ ସାଧାରଣ ନିର୍ବାଚନରେ ସେ ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ହରିହର ୧୯୩୯ ମସିହାର ନଭେମ୍ବର ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଣ୍ଡପାଣି ସ୍ୱାଇଁ ଓ ପତ୍ନୀଙ୍କ ନାମ କନକ ମଞ୍ଜରୀ ସ୍ୱାଇଁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରିହର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପୂର୍ବରୁ ଜନତା ପାର୍ଟି ଓ ଭାରତୀୟ ଜାତୀୟ କଂଗ୍ରେସରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ଆସିକା ବିଧାନ ସଭା | ଜନତା ପାର୍ଟି |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | କବି ସୂର୍ଯ୍ୟନଗର | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୦୯ | ସଭ୍ୟ, ୧୪ଶ ଲୋକ ସଭା | ଆସିକା ଲୋକ ସଭା | ବିଜୁ ଜନତା ଦଳ |
ମୃତ୍ୟୁ
[ସମ୍ପାଦନା]ହରିହର ୨୦୧୨ ମସିହାର ଅକ୍ଟୋବର ୧୩ ତାରିଖରେ ୭୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harihar Swain". odishaassembly.nic.in. Odisha Assembly. Retrieved 25 December 2020.