ଭକ୍ତ ଚରଣ ଦାସ (ରାଜନେତା)
ଭକ୍ତ ଚରଣ ଦାସ | |
---|---|
ସାଂସାଦ: ୧୫ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଜଗମୋହନ ନାୟକ |
ପର ଅଧିକାରୀ | ଭକ୍ତ ଚରଣ ଦାସ |
ନିର୍ବାଚନ ମଣ୍ଡଳୀ | କଳାହଣ୍ଡି |
ସାଂସାଦ: ୧୧ଶ ଲୋକ ସଭା | |
କାର୍ଯ୍ୟକାଳ ୧୯୯୬ – ୧୯୯୮ | |
ନିର୍ବାଚନ ମଣ୍ଡଳୀ | କଳାହାଣ୍ଡି |
ସାଂସଦ: ୯ମ ଲୋକ ସଭା | |
କାର୍ଯ୍ୟକାଳ ୧୯୮୯ – ୧୯୯୧ | |
ନିର୍ବାଚନ ମଣ୍ଡଳୀ | କଳାହାଣ୍ଡି |
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୭ ଡିସେମ୍ବର ୧୯୮୯ | |
ନିର୍ବାଚନ ମଣ୍ଡଳୀ | ଭବାନୀପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜୁନ ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | ସୁନନ୍ଦା ଦାସ |
ସନ୍ତାନ | ସାଗର ଚରଣ ଦାସ |
ବାପା/ବୋଉ | ଦିବାକର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭକ୍ତ ଚରଣ ଦାସ (ଜନ୍ମ: ୩ ଜୁନ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭକ୍ତ ଚରଣ ଦାସ ୧୯୫୯ ମସିହାର ଜୁନ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦିବାକର ଦାସ ଓ ପତ୍ନୀଙ୍କ ନାମ ସୁନନ୍ଦା ଦାସ ।[୧] ତାଙ୍କ ପୁଅ ସାଗର ଚରଣ ଦାସ ଜଣେ ରାଜନେତା ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।
ରାଜନୈତିକ ଜୀବନ
[ସମ୍ପାଦନା]ଭକ୍ତ ଚରଣ ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରବର୍ତ୍ତୀ ସମୟରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bhakta Charan Das". odishaassembly.nic.in. Odisha Assembly. Retrieved 20 May 2021.