Jump to content

ସୁଶାନ୍ତ ସିଂହ

ଉଇକିପିଡ଼ିଆ‌ରୁ
ସୁଶାନ୍ତ ସିଂହ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୨୪
ପୂର୍ବ ଅଧିକାରୀବିମ୍ବାଧର କୁଅଁର
ପର ଅଧିକାରୀଇରାଶିଷ ଆଚାର୍ଯ୍ୟ
ନିର୍ବାଚନ ମଣ୍ଡଳୀଭଟଲୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-03-17) ୧୭ ମାର୍ଚ୍ଚ ୧୯୭୩ (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉତେଜରାଜ ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ସୁଶାନ୍ତ ସିଂହ (ଜନ୍ମ: ୧୭ ମାର୍ଚ୍ଚ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ସୁଶାନ୍ତ ସିଂହ ୧୯୭୩ ମସିହାର ମାର୍ଚ୍ଚ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତେଜରାଜ ସିଂହ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ସୁଶାନ୍ତ ସିଂହ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୭ ମସିହାରୁ ୨୦୨୨ ଯାଏଁ, ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୯,୭୧୬ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ଭାରତୀୟ ଜନତା ପାର୍ଟିର ପାର୍ଥୀ ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ୨୭,୮୯୨ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଭଟଲୀ ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଭଟଲୀ ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଭଟଲୀ ବିଜୁ ଜନତା ଦଳ
  1. ୧.୦ ୧.୧ "Shri Susanta Singh". odishaassembly.nic.in. Odisha Assembly. Retrieved 30 July 2021.
  2. "General Election to Assembly Constituencies 2024: Bhatli (Odisha)". Election Commission of India. Retrieved 11 June 2024.

ବାହାର ଆଧାର

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Susanta Singh-ସମ୍ପର୍କିତ ମିଡ଼ିଆ