ଶ୍ୟାମଘନ ମାଝି
Appearance
ଶ୍ୟାମଘନ ମାଝି | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ନିର୍ବାଚନ ମଣ୍ଡଳୀ | କୋଡ଼ିଙ୍ଗା |
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୮୦ | |
ପୂର୍ବ ଅଧିକାରୀ | ଡମ୍ବରୁ ମାଝି |
ପର ଅଧିକାରୀ | ଫୁଲମଣି ଶାନ୍ତା |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧ ଅଗଷ୍ଟ ୧୯୯୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି, ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ଆଶାମଣି ମାଝି |
ବାପା/ବୋଉ | ଇଶ୍ୱର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶ୍ୟାମଘନ ମାଝି (ମୃତ୍ୟ: ୧ ଅଗଷ୍ଟ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଡାବୁଗାଁ ଓ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶ୍ୟାମଘନ ମାଝିଙ୍କ ବାପାଙ୍କ ନାମ ଇଶ୍ୱର ମାଝି ଓ ପତ୍ନୀଙ୍କ ନାମ ଆଶାମଣି ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶ୍ୟାମଘନ ମାଝି ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ଏହା ପୂର୍ବରୁ ସେ ଉତ୍କଳ କଂଗ୍ରେସ ଏବଂ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଡାବୁଗାଁ | ଉତ୍କଳ କଂଗ୍ରେସ |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ଡାବୁଗାଁ | ଜନତା ପାର୍ଟି |
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | କୋଡ଼ିଙ୍ଗା | ଜନତା ଦଳ |
ମୃତ୍ୟୁ
[ସମ୍ପାଦନା]ଶ୍ୟାମଘନ ମାଝି ୧୯୯୮ ମସିହାର ଅଗଷ୍ଟ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Shyamghan Majhi". odishaassembly.nic.in. Odisha Assembly. Retrieved 7 April 2022.