Jump to content

ଡାଳିକିଆ ବେଶ

ଉଇକିପିଡ଼ିଆ‌ରୁ
ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ

ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଥାଏ | ଏହି ଦିନ ଶ୍ରୀକ୍ଷେତ୍ରସ୍ଥ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ । ନେପାଳର ରାଜା, ଶ୍ରୀରାମଦାସ ମଠ ଓ ବଡ଼ଛତା ମଠ ଏହି ବେଶ ପାଇଁ ସହଯୋଗ କରିଥାନ୍ତି । []

ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ସେବାୟତମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି । ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ । []

  1. ସମାଜ, ୮ନଭେମ୍ବର୨୦୧୧, ପୃଷ୍ଠା-୬
  2. ସମାଜ, ୧୦ନଭେମ୍ବର୨୦୧୧, ପୃଷ୍ଠା-୩

ବାହାର ଲିଙ୍କ

[ସମ୍ପାଦନା]