ବାମନ ବେଶ
ବାମନ ବେଶ ବା ବଳିବାମନ ବେଶ[୧] ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ଦିନ ଜଗନ୍ନାଥ ମନ୍ଦିରରେ ପାଳନ କରାଯାଏ ।[୨] ପୌରାଣିକ ଉପାଖ୍ୟାନ ଅନୁସାରେ ଏହିଦିନ ଏକ ଶୁଭ ମୁହୂର୍ତରେ ଭଗବାନ ବିଷ୍ଣୁ ନିଜ ପଞ୍ଚମ ଅବତାରରେ ଏକ ଦିବ୍ୟ, ଜ୍ୟୋତିର୍ମୟ ବାମନ ବାଳକ ରୂପରେ ଧରିତ୍ରୀରେ ଅବତରଣ କରିଥିଲେ । ନୃସିଂହ ଜନ୍ମ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପରି ଶ୍ରୀମନ୍ଦିରରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ଦିନ ବାମନ ଜନ୍ମ ପାଳିତ ହେବା ସହ ଶୁକ୍ଳ ପକ୍ଷ ତ୍ରୟୋଦଶୀ ଦିନ ମଧ୍ଯାହ୍ମ ଧୂପ ପରେ ଶ୍ରୀଜଗନ୍ନାଥଙ୍କୁ ଏକ ବାମନରୂପ ବାଳକ ବେଶରେ ସଜ୍ଜିତ କରାଯାଇଥାଏ ।
ନୀତି
[ସମ୍ପାଦନା]ଶ୍ରୀମନ୍ଦିରରେ (ବାମନଙ୍କ) ଜନ୍ମୋତ୍ସବ ନୀତି ଓ ଦ୍ୱିପ୍ରହର ଧୂପ ଶେଷ ହେବା ପରେ ଜଗନ୍ନାଥ ମହାପ୍ରଭୁ ବାମନ ବେଶ ଧାରଣ କରନ୍ତି । ଏଥିରେ ସୁଭଦ୍ରା ସାଧାରଣ ବେଶ ଓ ବଳଭଦ୍ର ରାଜ ବେଶରେ ଦୃଶ୍ୟମାନ ହେବା ସଙ୍ଗେ ସଙ୍ଗେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରୀଭୂଜ, ଶ୍ରୀପୟର ଓ କିରୀଟରେ ଆଭୁଷିତ ହୋଇଥାନ୍ତି । ଶ୍ରୀଜଗନ୍ନାଥଙ୍କ ଶ୍ରୀଭୂଜର ବାମ ହସ୍ତରେ ଛତା ଓ ଡାହାଣ ହସ୍ତରେ କୁଶବଟୁ ଗଡୁ ଧରାଯାଇ ଏକ ବାମନରୂପୀ ନୈଷ୍ଠିକ ବ୍ରାହ୍ମଣ ବେଶରେ ଭୂଷିତ କରାଯାଏ । ପୁଷ୍ପାଳକ ସେବକମାନେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଏପରି ବେଶ କରିଥାନ୍ତି, ଜଣାଯାଏ ସତେ ଯେପରି ଜଗନ୍ନାଥ ମହାପ୍ରଭୁ ସ୍ୱୟଂ ଏକ ବାମନ ବା କ୍ଷୁଦ୍ରକାୟ ବିପ୍ର ।
ଶ୍ରୀଜଗନ୍ନାଥ ବାମନ ଭାବେ ପରିଚିତ । ବିଶେଷ କରି ରଥ ଯାତ୍ରା ସମୟରେ ତାଙ୍କୁ ବାମନ ଭାବରେ ବର୍ଣ୍ଣନା କରାଯାଇ କୁହାଯାଇଛି : ରଥେତୁ ବାମନଂ ଦୃଷ୍ଟ୍ୱା ପୁନର୍ଜନ୍ମ ନ ବିଦ୍ୟତେ । ଜଗନ୍ନାଥଙ୍କର ହସ୍ତପଦ ବିହୀନ ଅବୟବକୁ ଦର୍ଶନ କଲେ ସେ ସ୍ୱତଃ ବାମନ ଭଳି ଦେଖାଯାନ୍ତି ।
ବାମନ ବେଶରେ ଠାକୁରଙ୍କୁ ଲାଗି କରାଯାଉଥିବା ସ୍ୱର୍ଣ୍ଣ ଅଳଙ୍କାର ଇତ୍ୟାଦି ବେଶ ଦିବସ ପୂର୍ବରୁ ରତ୍ନଭଣ୍ଡାରରୁ ବାହାର କରାଯାଇ ଭଣ୍ଡାର ମେକାପ ସେବକଙ୍କ ତତ୍ତ୍ୱବଧାନରେ ରହିଥାଏ ।
ଆଧାର
[ସମ୍ପାଦନା]- ↑ "Vesha of Deities". Retrieved 7 August 2015.
- ↑ J C Manti (22 August 2014). The Saga of Jagannatha and Badadeula at Puri (: Story of Lord Jagannatha and his Temple). Vij Books India Pvt Ltd. pp. 226–. ISBN 978-93-82652-45-8.
ଅଧିକ ତଥ୍ୟ
[ସମ୍ପାଦନା]- ଜଗନ୍ନାଥଙ୍କ ବିଭିନ୍ନ ବେଶର ଛବି
- ଜଗନ୍ନାଥଙ୍କ ବିଭିନ୍ନ ବେଶର ଛବି Archived 2013-03-25 at the Wayback Machine.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |