ଉଇକିପିଡ଼ିଆ:ମାସର ବଛା ଲେଖା/ଅକ୍ଟୋବର ୨୦୧୨

ଉଇକିପିଡ଼ିଆ‌ରୁ

ମେରିଆବଜାର, କଟକ'ର ଦଶହରା ମେଢ଼

ଦୁର୍ଗା ପୂଜା ଏକ ଭାରତୀୟ ପାର୍ବଣ । ଏହି ପାର୍ବଣର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।

ପୁରା ପଢନ୍ତୁ...