ଶ୍ରାଦ୍ଧ ବେଶ
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଅମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ,ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି । ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବଦୀପାବଳି କୁହାଯାଏ ।[୧] ଶ୍ରୀଜଗନ୍ନାଥଙ୍କ ପିତାମାତା ଯଥା ଦଶରଥ, ନନ୍ଦ, ବସୁଦେବଙ୍କ ଉଦ୍ଦେଶ୍ୟରେ ଦୀପଦାନ ପୂର୍ବକ ସେ ଶ୍ରାଦ୍ଧତ୍ସବ ପାଳନ କରିଥାନ୍ତି । ଇନ୍ଦ୍ରଦ୍ୟୁମ୍ନଙ୍କୁ ଏହି ଦିନ ମହାପ୍ରଭୁ ଦୀପଦାନ ଦେଇଥାନ୍ତି । [୨] ଅଦିତି ଦକ୍ଷ ପ୍ରଜାପତିଙ୍କ କନ୍ୟା । ମହର୍ଷି କଶ୍ୟପ ଏହାନକ୍ ସ୍ୱାମୀ । ଇନ୍ଦ୍ରାଦି ଦେବତାମାନେ ଓ ବାମନ ଅବତାରରେ ବିଷ୍ଣୁ ଅଦିତି ଗର୍ଭରୁ ଜନ୍ମ ହୋଇଥିବାରୁ ଅଦିତି-କଶ୍ୟପ ଭଗବାନଙ୍କ ପିତାମାତା । ଜଗନ୍ନାଥ ଏମାନଙ୍କୁ ଶ୍ରାଦ୍ଧ ଦିଅନ୍ତି । ନିର୍ବଂଶ ହୋଇଯିବା ପାଇଁ ବରମାଗିଥିବା ରାଜା ଇନ୍ଦ୍ରଦ୍ୟୁମ୍ନଙ୍କୁ ମଧ୍ୟ ଜଗନ୍ନାଥ ନିଜେ ଶ୍ରାଦ୍ଧ ଦେଉଥିବା ମତ ରହିଛି ।
ଏହି ବେଶରେ ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି । ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ସାଧାବେଶରେ ସଜ୍ଜିତ କରାଯାଏ । ଏଥିରେ ଠାକୁରମାନେ ଧଳା ବସ୍ତ୍ର ପରିହିତ କରିଥାନ୍ତି । କିନ୍ତୁ ପ୍ରତ୍ୟେକ ଠାକୁରଙ୍କ ଧଡ଼ିଗୁଡ଼ିକ ଭିନ୍ନ ରଙ୍ଗର ହୋଇଥାଏ । ନିମ୍ନରେ ଠାକୁରମାନଙ୍କ ବସ୍ତ୍ରର ମାପ ଓ ଧଡ଼ି ରଙ୍ଗର ବର୍ଣ୍ଣନା ପ୍ରଦତ୍ତ କରାଗଲା ।
- ଶ୍ରୀଜଗନ୍ନାଥ : ସୂତାଶାଢ଼ି (ନାଗପୁରୀ ଶାଢ଼ି) ଲମ୍ବା ୧୬ ହାତ କିମ୍ବା ୧୮ ହାତ, ଧଡ଼ି ଓସାର ଏକ ଫୁଟ ଅଟେ । ଉକ୍ତ ବସ୍ତ୍ରରେ କୁମ୍ଭ ଥାଇ ଧଡ଼ିର ବର୍ଣ୍ଣ ହେଉଛି ନାଲି ।
- ଶ୍ରୀବଳଭଦ୍ର: ଲମ୍ବା ୧୪ ହାତ , ଓସାର ୪ ହାତ ,ଧଡ଼ି ଓସାର ୧ ଫୁଟ ,ଉକ୍ତ ବସ୍ତ୍ରର ଧଡ଼ି ବର୍ଣ୍ଣ ହେଉଛି କଳା ।
- ଶ୍ରୀସୁଭଦ୍ରା :ଲମ୍ବା ୧୨ ହାତ , ଓସାର ସାଢେ ୩ ଫୁଟ,ଧଡ଼ି ଓସାର ଏକ ଫୁଟ, ଉକ୍ତ ବସ୍ତ୍ର ଧଡ଼ି ବର୍ଣ୍ଣ ହେଉଛି ହଳଦିଆ ।
ଏତଦବ୍ୟତିତ ଶ୍ରୀବିଗ୍ରହମାନଙ୍କ କଳେବର ଗୋଟିଏ ଗୋଟିଏ ଚାଦରରେ ମଣ୍ଡନ ହୋଇଥାଏ । ଶିର ଦେଶରେ ଶ୍ରୀକାପଡା ବସ୍ତ୍ର (ସୂତା ବସ୍ତ୍ର)ରେ ଆବୃତ କରାଯାଏ । ଚାଦରିଟି ଶ୍ରୀଭୁଜରେ ପ୍ରସରି ଥାଏ । ଶ୍ରାଦ୍ଧବେଶରେ ବ୍ୟବହୃତ ହେଉଥିବା ବସ୍ତ୍ରକୁ କାଶୀ ଧଡ଼ିଆ (ନାଗପୁରୀ) ଲୁଗା କୁହାଯାଏ । ଶ୍ରାଦ୍ଧବେଶରେ ଠାକୁରମାନଙ୍କୁ ଲାଗି କରାଯାଉଥିବା ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟରେ ତଡ଼ଗୀ, ନଳିଭୁଜ,ଚନ୍ଦ୍ର,ସୂର୍ଯ୍ୟ,କୁଣ୍ଡଳ,ଆଡ଼କାନି, ହରିଡା ମାଳି, ଅଣ୍ଟା କମରପଟି ପ୍ରଭୂତି ଅନ୍ୟତମ ।[୩]
ଆଧାର
[ସମ୍ପାଦନା]- ↑ "ଆର୍କାଇଭ୍ କପି". Archived from the original on 2015-06-07. Retrieved 2012-11-28.
{{cite web}}
: Cite has empty unknown parameter:|1=
(help) - ↑ http://www.iskcondesiretree.net/profiles/blogs/jagannath-vesha-with-details-2
- ↑ "ଅଦିତି, କଶ୍ୟପଙ୍କୁ ଶ୍ରାଦ୍ଧ ଦେଲେ ମହାପ୍ରଭୁ". ୧୮ ନଭେମ୍ବର ୨୦୧୭. Retrieved 21 January 2021.
{{cite news}}
: Check date values in:|date=
(help)
ଅଧିକ ତଥ୍ୟ
[ସମ୍ପାଦନା]- ଜଗନ୍ନାଥଙ୍କ ବିଭିନ୍ନ ବେଶର ଛବି
- ଜଗନ୍ନାଥଙ୍କ ବିଭିନ୍ନ ବେଶର ଛବି Archived 2013-03-25 at the Wayback Machine.