ପୋର୍ଟାଲ:ବିଜ୍ଞାନ/Selected biography/3

ଉଇକିପିଡ଼ିଆ‌ରୁ
ଜେମ୍‌ସ ୱାଟଙ୍କ ଛବି
ଜେମ୍‌ସ ୱାଟ
b. ୧୭୩୬/୧୮୧୯

ଜେମ୍‌ସ ୱାଟ ୱାଟ ହେଉଛନ୍ତି ଜଣେ ସ୍କଟଲ୍ୟାଣ୍ଡୀୟ ଉଦ୍ଭାବକ ଓ ଯନ୍ତ୍ର ବିଜ୍ଞାନୀ । ବାଷ୍ପଚାଳିତ ଯନ୍ତ୍ରରେ ସେ କରିଥିବା ଉନ୍ନତି ଶିଳ୍ପ ବିପ୍ଳବ ସମୟରେ ଏକ ନୂତନ ଦିଗ ଉନ୍ମୋଚନ କରିଥିଲା । ଗ୍ଲାସ୍‌ଗୋ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ସେ ବାଷ୍ପଚାଳିତ ଯନ୍ତ୍ର ପ୍ରତି ଆଗ୍ରହୀ ହେଲେ । ସେ ଅନୁଭବ କଲେ ଯେ ତତ୍କାଳୀନ ଯନ୍ତ୍ର ଅନେକ ଶକ୍ତି ଅପଚୟ କରୁଛନ୍ତି । ସେ ଯନ୍ତ୍ରରେ ଏମିତି ପରିବର୍ତ୍ତନ କଲେ ଯାହା କାର୍ଯ୍ୟଦକ୍ଷତା ବଢାଇବା ସହ ଶକ୍ତି ମଧ୍ୟ ସଞ୍ଚୟ କଲା ।

ସେ ଅଶ୍ୱକ୍ଷମତା ଶବ୍ଦର ପ୍ରଚଳନ କରିଥିଲେ । ତାଙ୍କ ନାମାନୁସାରେ ଶକ୍ତିର ଏକକକୁ ୱାଟ କୁହାଯାଏ ।

ଆହୁରି ଅନେକ ନିର୍ବାଚିତ ଜୀବନୀ ପଢନ୍ତୁ... ଅଧିକ ପଢନ୍ତୁ...