ଅଅଁଳା ନବମୀ

ଉଇକିପିଡ଼ିଆ‌ରୁ
ଅଅଁଳା ନବମୀ
ଅନ୍ୟ ନାମଅକ୍ଷୟ ନବମୀ, ଧାତ୍ରୀ ନବମୀ
ପାଳନକାରୀହିନ୍ଦୁ
ପ୍ରକାରଧାର୍ମିକ
ପର୍ବ ପାଳନପୂଜା, ସାକ୍ଷୀଗୋପାଳରେ ରାଧାପାଦ ଦର୍ଶନ
ତାରିଖକାର୍ତ୍ତିକ ଶୁକ୍ଳ ନବମୀ
୨୦୨୨ ତାରିଖ୨ ନଭେମ୍ବର (ବୁଧବାର)
୨୦୨୩ ତାରିଖdate missing (please add)
ସମ୍ପର୍କିତଅଅଁଳା

କାର୍ତ୍ତିକ ମାସର ଶୁକ୍ଳପକ୍ଷ ନବମୀ ଦିନଟିକୁ ଅଅଁଳା ନବମୀ ଭାବେ ପାଳନ କରାଯାଏ ।[୨] ଏହି ଦିନ ଅଅଁଳା ଗଛକୁ ପୂଜା କରାଯାଏ । ଓଡ଼ିଶାର ଧର୍ମ ସଂସ୍କୃତିରେ ଅଅଁଳା ଗଛକୁ ଦେବୀ ରୂପେ ଗ୍ରହଣ କରାଯାଇଛି । ବିଶ୍ୱାସ କରାଯାଏ ଯେ ସରସ୍ୱତୀଙ୍କର ରଜୋଗୁଣରୁ ଅଅଁଳାର ସୃଷ୍ଟି । ଏହି ଦିନଠାରୁ ସତ୍ୟ ଯୁଗ ଆରମ୍ଭ ହେଇଥିବା ବିଶ୍ୱାସ କରାଯାଏ ।[୩]

କିମ୍ବଦନ୍ତୀ[ସମ୍ପାଦନା]

ଥରେ ଲକ୍ଷ୍ମୀ ଓ ଭଗବତୀ ହରିଙ୍କୁ କୌଣସି ଏକ ନୂତନ ଦ୍ରବ୍ୟ ଦେବାକୁ ଇଚ୍ଛାକଲେ । କ’ଣ ଦେବେ ଭାବୁଥିବା ବେଳେ ଉଭୟଙ୍କ ଚକ୍ଷୁରୁ ଏକସଙ୍ଗେ ଲୁହ ଝରିଲା । ସେହି ଆନନ୍ଦାଶ୍ରୁ ଭୂମିରେ ପଡ଼ି ଅଅଁଳାଗଛ ସୃଷ୍ଟିହେଲା । ଅନ୍ୟ ଏକ କିମ୍ବଦନ୍ତୀ ଅନୁଯାୟୀ, ଦିନେ ଲକ୍ଷ୍ମୀ ଓ ପାର୍ବତୀ ଏକତ୍ର ବନସ୍ତରେ ନିଜନିଜ ପତିଙ୍କ ପାଇଁ ପୂଜାପାଠ କରିବାକୁ ମନ ବଳାଇଲେ । କିନ୍ତୁ ଅସୁବିଧା ଥିଲା ସ୍ୱାମୀଙ୍କର ପ୍ରିୟ ପୂଜା ସାମଗ୍ରୀ ସେମାନଙ୍କ ପାଖରେ ନ ଥିଲା । ଅର୍ଥାତ୍ ପାର୍ବତୀଙ୍କ ପାଖରେ ବେଲପତ୍ର କିମ୍ବା ଲକ୍ଷ୍ମୀଙ୍କ ପାଖରେ ତୁଳସୀ ନ ଥିଲା । ଦୁହେଁ ଭାବିବାକୁ ଲାଗିଲେ କିପରି ଏ ସମସ୍ୟାର ଆଶୁ ସମାଧାନ ହେବ । ଠିକ୍ ସେତିକିବେଳେ ନାରଦ ମୁନି ସେଠାରେ ପହଞ୍ଚି ସମସ୍ୟାଟି ଶୁଣି ଅଅଁଳା; ବିଲ୍ୱ ଓ ତୁଳସୀ ସମାହାର ବୋଲି ସେମାନଙ୍କୁ କହିବାରୁ, ସେ ଦୁହେଁ ଅଅଁଳାଗଛ ନିକଟରେ ପୂଜାକାର୍ଯ୍ୟ ସମାପନ କଲେ । ସେଇଥି ପାଇଁ ଅଅଁଳା ଶିବବିଷ୍ଣୁଙ୍କର ପ୍ରିୟବୃକ୍ଷ ।

ଓଡ଼ିଶାରେ ପୂଜାବିଧି[ସମ୍ପାଦନା]

ଅଅଁଳା ନବମୀରେ ଅଅଁଳା ଗଛ ତଳେ ବଟା ଅଅଁଳାରେ ଭଗବାନ୍‌ ବିଷ୍ଣୁଙ୍କର ପ୍ରତିମାକୁ ସ୍ନାନ କରାଯାଏ ।[୪] ଓଡ଼ିଆ ପରମ୍ପରାରେ ଏହି ସ୍ନାନକାର୍ଯ୍ୟ ଅଅଁଳା ନବମୀରୁ କାର୍ତ୍ତିକ ମାସ ଶେଷ ପର୍ଯ୍ୟନ୍ତ ଚାଲେ । ହବିଷିଆଳୀମାନେ ଏହିଦିନ ଅଅଁଳାଗଛ ମୂଳରେ ହବିଷ୍ୟାନ୍ନ ରାନ୍ଧନ୍ତି ଓ ବୃକ୍ଷ ଚାରିପଟେ ପ୍ରଦକ୍ଷଣ କରିଥାନ୍ତି ।[୫]

ଆଧାର[ସମ୍ପାଦନା]

  1. "2015 Akshaya Navami". DrikPanchang. Retrieved 2 November 2014.
  2. http://astrobix.com/hinduism/post/amla-navami-akshya-navami-kushmand-navami.aspx
  3. "Significance of Akshaya Navami". AstroSpeak.com. Times Internet Limited. Retrieved 2 November 2014.
  4. http://orissadiary.com/orissa_profile/ori_festival/nov/Amla_Navami.asp
  5. ସମ୍ବାଦ, ପୃଷ୍ଠା-୨, ୨୨.୧୧.୨୦୧୨