ଅକ୍ଷୟ କୁମାର ଆଚାର୍ଯ୍ୟ

ଉଇକିପିଡ଼ିଆ‌ରୁ
ଅକ୍ଷୟ କୁମାର ଆଚାର୍ଯ୍ୟ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ
ପର ଅଧିକାରୀସୁକୁମାର ନାୟକ
ନିର୍ବାଚନ ମଣ୍ଡଳୀନୀଳଗିରି
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀଚିତ୍ତରଞ୍ଜନ ଷଡ଼ଙ୍ଗୀ
ପର ଅଧିକାରୀପ୍ରଦିପ୍ତ ପଣ୍ଡା
ନିର୍ବାଚନ ମଣ୍ଡଳୀନୀଳଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-07-26) ୨୬ ଜୁଲାଇ ୧୯୪୮ (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀଜୟନ୍ତୀ ଆଚାର୍ଯ୍ୟ
ସନ୍ତାନ୧ ପୁଅ, ୩ ଝିଅ
ବାପା/ବୋଉଅର୍ଜୁନ ଆଚାର୍ଯ୍ୟ (ବାପା)
ବୃତ୍ତିରାଜନୀତିଜ୍ଞ

ଅକ୍ଷୟ କୁମାର ଆଚାର୍ଯ୍ୟ (ଜନ୍ମ: ୨୬ ଜୁଲାଇ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଓଡ଼ିଶା ବିଧାନ ସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୪୮ ମସିହାର ଜୁଲାଇ ମାସ ୨୬ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅର୍ଜୁନ ଆଚାର୍ଯ୍ୟ । ଅକ୍ଷୟଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ପରେ ସେ ଓକିଲାତି ପଢ଼ିଥିଲେ ଏବଂ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ଅକ୍ଷୟଙ୍କର ପତ୍ନୀଙ୍କ ନାମ ଜୟନ୍ତୀ ଆଚାର୍ଯ୍ୟ । ତାଙ୍କର ଜଣେ ପୁଅ ଓ ୩ ଝିଅଙ୍କୁ ଲଗାଇ ସମୁଦାୟ ସନ୍ତାନ ସଂଖ୍ୟା ୪ ।

ରାଜନୈତିକ ଜୀବନ[ସମ୍ପାଦନା]

ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ଇନ୍ଦିରା କଂଗ୍ରେସରେ ଯୋଗ ଦେଇଥିଲେ ।

ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୮୦ ମସିହାରୁ ୧୯୮୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ଅକ୍ଷୟ ୧୯୯୫ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ପୁଣିଥରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Shri Akshya Kumar Acharya". odishaassembly.nic.in. Odisha Assembly. Retrieved 5 June 2019.