ଅଜୟ କୁମାର ଜେନା

ଉଇକିପିଡ଼ିଆ‌ରୁ
ଅଜୟ କୁମାର ଜେନା
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀଗଙ୍ଗାଧର ମହାପାତ୍ର
ପର ଅଧିକାରୀଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀସିଦ୍ଧେଶ୍ୱର ପାଣିଗ୍ରାହୀ
ପର ଅଧିକାରୀଗଙ୍ଗାଧର ମହାପାତ୍ର
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-07-27)୨୭ ଜୁଲାଇ ୧୯୪୩
ମୃତ୍ୟୁ୨୪ ଅକ୍ଟୋବର ୨୦୨୩(2023-10-24) (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀଅଶ୍ରୁକନା ପ୍ରଧାନ
ବାପା/ବୋଉଉଦୟନାଥ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଅଜୟ କୁମାର ଜେନା (୨୭ ଜୁଲାଇ ୧୯୪୩ – ୨୪ ଅକ୍ଟୋବର ୨୦୨୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଜୟ କୁମାର ଜେନା ୧୯୪୩ ମସିହାର ଜୁଲାଇ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦୟନାଥ ଜେନା ଓ ପତ୍ନୀଙ୍କ ନାମ ଅଶ୍ରୁକନା ପ୍ରଧାନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଜୟ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମୀ ଭାବରେ ଏବଂ ପରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅଜୟ ଜେନା ୨୦୨୩ ମସିହାର ଅକ୍ଟୋବର ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।[୨]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ajaya Kumar Jena". odishaassembly.nic.in. Odisha Assembly. Retrieved 28 February 2021.
  2. "ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ". ସମ୍ବାଦ (in ଆମେରିକୀୟ ଇଂରାଜୀ). 24 October 2023. Archived from the original on 24 October 2023. Retrieved 24 October 2023.