ଅତନୁ ସବ୍ୟସାଚୀ ନାୟକ

ଉଇକିପିଡ଼ିଆ‌ରୁ
ଅତନୁ ସବ୍ୟସାଚୀ ନାୟକ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀତ୍ରିଲୋଚନ ବେହେରା
ପର ଅଧିକାରୀବେଦ ପ୍ରକାଶ ଅଗ୍ରୱାଲ
ନିର୍ବାଚନ ମଣ୍ଡଳୀପାଟକୁରା
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ନିର୍ବାଚନ ମଣ୍ଡଳୀମହାକାଳପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1967-05-07)ମଇ ୭, ୧୯୬୭
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉରାଜକିଶୋର ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଅତନୁ ସବ୍ୟସାଚୀ ନାୟକ (ଜନ୍ମ: ୭ ମଇ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଅତନୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପାଟକୁରା ଏବଂ ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅତନୁ ସବ୍ୟସାଚୀ ନାୟକ ୧୯୬୭ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକିଶୋର ନାୟକ[୧] ଅତନୁଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅତନୁ ସବ୍ୟସାଚୀ ନାୟକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧] ଅତନୁ ୨୦୦୯ ମସିହାରୁ ୨୦୧୨ ଓ ୨୦୧୪ ମସିହାରୁ ୨୦୧୬ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Atanu Sabyasachi Nayak". odishaassembly.nic.in. Odisha Assembly. Retrieved 27 March 2020.