ଅଧର ପଣା

ଉଇକିପିଡ଼ିଆ‌ରୁ

ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।

ଉପକରଣ[ସମ୍ପାଦନା]

ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ ।

ଆଧାର[ସମ୍ପାଦନା]