ଅବନୀ କୁମାର ବରାଳ

ଉଇକିପିଡ଼ିଆ‌ରୁ
ଅବନୀ କୁମାର ବରାଳ
Born
ଅବନୀ କୁମାର ବରାଳ

(1925-05-03)୩ ମଇ ୧୯୨୫
ହଳଦିଆପଡା, ବିରିଡ଼ି, ଜଗତସିଂହପୁର
Died୭ ନଭେମ୍ବର ୨୦୧୩(2013-11-07) (ବୟସ ୮୮)
Spouseଆଦରମଣି
Childrenଆଭାସ, ଆକାଶ


ଅବନୀ କୁମାର ବରାଳ(୩ ମେ ୧୯୨୫-୭ ନଭେମ୍ବର ୨୦୧୩) ଓଡ଼ିଶାର ଶିକ୍ଷାବିଦ ଓ ଶିକ୍ଷକ ସଂଘ ନେତା ଥିଲେ ।[୧] ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ରାଜ୍ୟ ସମ୍ପାଦକ ଭାବେ ଦୀର୍ଘକାଳ ଦାୟିତ୍ୱ ତୁଲାଇଥିଲେ ।[୨]

ଅବନୀ ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଳକ ଅନ୍ତର୍ଗତ ହଳଦିଆପଡା ଗ୍ରାମରେ ୧୯୨୫, ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଓ କଟକରେ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଶିକ୍ଷା ସମାପ୍ତି ପରେ ସେ ଖୋର୍ଦ୍ଧାର ପ୍ରାଣନାଥ ମହାବିଦ୍ୟାଳୟରେ ଅଧ୍ୟାପନା ବୃତ୍ତିରେ ଯୋଗଦେଇଥିଲେ । ୧୯୯୪ମେ ମାସରେ ସେଠାରୁ ଅଧ୍ୟକ୍ଷ ଭାବେ ଅବସର ଗ୍ରହଣ କରିଥିଲେ । ତାଙ୍କର ମହାବିଦ୍ୟାଳୟ ଅଧ୍ୟୟନ ବେଳରୁ ତାଙ୍କ ସାଂଗଠନିକ ଦକ୍ଷତା ଓ ନେତୃତ୍ୱର ପ୍ରକାଶିତ ହୋଇଥିଲା । ବାମପନ୍ଥୀ ଆଦର୍ଶରେ ଉଦ୍‌ବୁଦ୍ଧ ହୋଇ ସେ ଅଖିଳ ଭାରତୀୟ ଛାତ୍ର ସଂଘ, ଗଣତାନ୍ତ୍ରିକ ଯୁବ ସଂଘ ଓ ଇସ୍‌କସ୍ ଭଳି ସଙ୍ଗଠନରେ ସାମିଲ ହୋଇଥିଲେ । କମ୍ୟୁନିଷ୍ଟ ପାର୍ଟିର ମୁଖପାତ୍ର 'ନୂଆ ଦୁନିଆ'ର ପ୍ରତିଷ୍ଠାତା ସମ୍ପାଦକ ଭାବେ ସାମ୍ୟବାଦୀ ଆଦର୍ଶର ପ୍ରଚାର କରାଇଥିଲେ । ତାଙ୍କ ନେତୃତ୍ୱରେ ଶିକ୍ଷକ ମହାସଂଘ ଗଠନ କରାଯାଇଥିଲା । ମହାସଂଘର ଛତାତଳେ ଅନେକ ଆନ୍ଦୋଳନାତ୍ମକ ପଦକ୍ଷେପଦ୍ୱାରା ଶିକ୍ଷକ ସମାଜର ଅନେକ ସମସ୍ୟାର ସମାଧାନ କରାଇଥିଲେ । ସର୍ବଭାରତୀୟସ୍ତରରେ ଜଣେ ଆଗଧାଡ଼ିର ଶିକ୍ଷକ ନେତା ଭାବେ ତାଙ୍କର ପରିଚିତ ଥିଲେ । ବିଶ୍ୱ ଶିକ୍ଷକ ମହାସଂଘର ସେ ଉପସଭାପତି ପଦ ମଣ୍ଡନ କରିଥିଲେ ।[୩] ବିଶ୍ୱଦରବାରରେ ସେ ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନ ସମ୍ପର୍କିତ ବହୁ ସମ୍ମିଳନୀକୁ ଭାରତର ପ୍ରତିନିଧିତ୍ୱ କରିଥିଲେ । ରାଜ୍ୟରେ ଶିକ୍ଷା ସଂସ୍କାର ଓ ଶିକ୍ଷକ କର୍ମଚାରୀଙ୍କ ସ୍ୱାର୍ଥରକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ରହିଛି । ବିଭିନ୍ନ ଗଣମାଧ୍ୟମରେ ସ୍ତମ୍ଭକାର ଭାବେ ଓ ଦୁଇ ଡଜନରୁ ଅଧିକ ପୁସ୍ତକ ରଚନା ସାହିତ୍ୟ ଜଗତରେ ବିଶେଷ ଖ୍ୟାତି ରହିଛି । ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ସେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହା ବ୍ୟତୀତ ବହୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅନେକ ସମ୍ମାନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । [୪]

ଆଧାର[ସମ୍ପାଦନା]

  1. "Prof Abani Baral passes away". ଷ୍ଟେଟ୍ସମ୍ୟାନ. Retrieved 18 November 2013.
  2. http://www.thehindu.com/todays-paper/tp-national/abani-boral-passes-away/article5332478.ece
  3. Final Report: World Conference on Education for All, Meeting Basic Learning Needs, 5-9 March 1990, Jomtien, Thailand. Inter-Agency Commission, WCEFA. 1990.
  4. ସମାଜ, ପୃଷ୍ଠା-୧, ଶୁକ୍ରବାର ୮ନଭେମ୍ବର ୨୦୧୩