ଅର୍ଜୁନ ନାଏକ (୨୦୧୭ ମୃତ୍ୟୁ)

ଉଇକିପିଡ଼ିଆ‌ରୁ
ଅର୍ଜୁନ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀବିଜୁ ପଟ୍ଟନାୟକ
ପର ଅଧିକାରୀଅନନ୍ତ ନାରାୟଣ ସିଂହ ଦେଓ
ନିର୍ବାଚନ ମଣ୍ଡଳୀସୋରଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-07-01)୧ ଜୁଲାଇ ୧୯୨୫
ମୃତ୍ୟୁ୧୪ ଅପ୍ରେଲ ୨୦୧୭(2017-04-14) (ବୟସ ୯୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପଦ୍ମାବତୀ ଦେବୀ
ବାପା/ବୋଉସନ୍ୟାସୀ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଅର୍ଜୁନ ନାଏକ (୧ ଜୁଲାଇ ୧୯୨୫ - ୧୪ ଅପ୍ରେଲ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅର୍ଜୁନ ନାଏକ ୧୯୨୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସନ୍ୟାସୀ ନାଏକ ଓ ପତ୍ନୀଙ୍କ ନାମ ପଦ୍ମାବତୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅର୍ଜୁନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅର୍ଜୁନ ୨୦୧୭ ମସିହାର ଅପ୍ରେଲ ୧୪ ତାରିଖରେ ୯୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Arjun Naik". odishaassembly.nic.in. Odisha Assembly. Retrieved 14 February 2021.