ଅଶ୍ୱିନୀ (ନକ୍ଷତ୍ର)
(ଅଶ୍ଵିନୀ (ନକ୍ଷତ୍ର)ରୁ ଲେଉଟି ଆସିଛି)

ହିନ୍ଦୁ ଜ୍ୟୋତିଷ ମତେ ୨୭ଟି ନକ୍ଷତ୍ର ମଧ୍ୟରୁ ପ୍ରଥମ ନକ୍ଷତ୍ର ହେଉଛି ଅଶ୍ୱିନୀ । ରାଶିଚକ୍ରରେ(ଅପମଣ୍ଡଳ) ଏହା ମେଷ ରାଶିର ମୁଣ୍ଡ ଦିଗରେ ଅବସ୍ଥିତ ।
ଜ୍ୟୋତିଷୀୟ ପରିଚୟ[ସମ୍ପାଦନା]
ହିନ୍ଦୁ ଜ୍ୟୋତିଷରେ ରାଶିଚକ୍ର (୩୬୦ ଡିଗ୍ରୀ)କୁ କାଳ୍ପନିକ ୨୭ ଭାଗରେ ବିଭକ୍ତ କରାଯାଇଛି । ପ୍ରତ୍ୟେକ ଭାଗ ଅର୍ଥାତ୍ ୧୩ ଡିଗ୍ରୀ ୨୦ ମିନିଟ ଅଂଶ ଗୋଟିଏ ଗୋଟିଏ ନକ୍ଷତ୍ର ନାମରେ ନାମିତ । ନକ୍ଷତ୍ରମାନଙ୍କୁ ହିନ୍ଦୁ ଜ୍ୟୋତିଷମାନେ ୨୭ଟି ସ୍ୱତନ୍ତ୍ର ତାରକାପୁଞ୍ଜରେ ବିଭକ୍ତକରି ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଁଏ ସ୍ୱତନ୍ତ୍ର ନାମ ଦେଇ ଅଛନ୍ତି । ପୁଣି ପ୍ରତ୍ୟେକ ନକ୍ଷତ୍ରକୁ ଚାରି ପାଦରେ ବିଭକ୍ତ କରାଯାଇଛି । ଚନ୍ଦ୍ରର ଦୈନିକ ଗତି ପ୍ରାୟ ୧୩ ଡିଗ୍ରୀ ୨୦ ମିନିଟ ହୋଇଥିବାରୁ ଏହା ଗୋଟିଏ ଦିନ ଗୋଟିଏ ନକ୍ଷତ୍ରରେ ଅବସ୍ଥାନ କରିଥାଏ ।[୧] ଅଶ୍ୱିନୀଠାରୁ ରେବତୀ ପର୍ଯ୍ୟନ୍ତ ୨୭ ନକ୍ଷତ୍ର ମଧ୍ୟରେ ଚାନ୍ଦ୍ରମାନ ମାସକୁ ବାଣ୍ଟିଲା ବେଳକୁ କିଛି ନିଅଣ୍ଟ ଦେଖାଯିବାରୁ ଅଭିଜିତ ନକ୍ଷତ୍ରକୁ ଅଷ୍ଟାବିଂଶ ନକ୍ଷତ୍ର ରୂପେ ଗଣନା କରାଯାଇଛି । [୨]
ଆଧାର[ସମ୍ପାଦନା]
- ↑ "The 27 Naxatras". Retrieved 30 May 2017.
- ↑ "Fundamentals of Vedic Astrology" (PDF). Retrieved 25 September 2015.
![]() | ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |