Jump to content

ଆଇଜିଏ ନେଫ୍ରୋପାଥି

ଉଇକିପିଡ଼ିଆ‌ରୁ
IgA nephropathy
IgA nephritis, Berger's disease, synpharyngitic glomerulonephritis
ଉଚ୍ଚାରଣ
ବିଭାଗNephrology
ଲକ୍ଷଣNone, blood in the urine, foamy urine, swelling of the legs[]
ଆକ୍ରାନ୍ତ ସମୟLate childhood to late 30s[]
ଅବଧିLong term[]
କାରଣAutoimmune disease[]
ବିପଦ କାରକFamily history, HIV/AIDS, and hepatitis[][]
ରୋଗ ନିର୍ଣ୍ଣୟ ପଦ୍ଧତିSuspected based on blood and urine tests, confirmed by a kidney biopsy[]
ସଠିକ ରୋଗ ନିର୍ଣ୍ଣୟLupus nephritis, nephrotic syndrome, membranoproliferative glomerulonephritis, Henoch-Schönlein purpura[]
ପ୍ରତିକାରNone[]
ଚିକିତ୍ସାImmunosuppressants, blood pressure medication, kidney transplant[]
PrognosisOften good[]
ପୁନଃପୌନିକRelatively common[]

ଆଇଜିଏ ନେଫ୍ରୋପାଥି (ବା ଆଇଜିଏଏନ/ IgAN ), ଯାହା ବର୍ଗର ରୋଗ ଭାବରେ ମଧ୍ୟ ଜଣାଶୁଣା, ଏକ ବୃକ୍‌କର ରୋଗ ଯେଉଁଥିରେ ଯେତେବେଳେ ଆଇଜିଏ ଗଠନ ହେବା ଫଳରେ ପ୍ରଦାହ ହୁଏ ।[] ପ୍ରାରମ୍ଭରେ ସାଧାରଣତ କୌଣସି ଲକ୍ଷଣ ଦେଖାଯାଏ ନାହିଁ ।[] ଏହି ରୋଗ ଆଗେଇ ଗଲେ ଫେଣ‌ଯୁକ୍ତ ରକ୍ତ ମିଶ୍ରିତ ପରିସ୍ରା ହୋଇପାରେ ।[] ଅନ୍ୟ ଲକ୍ଷଣଗୁଡ଼ିକରେ ଗୋଡ଼ର ଇଡିମା ହୋଇପାରେ ।[] ରୋଗ ଜଟିଳ ହେଲେ ଉଚ୍ଚ ରକ୍ତଚାପ, ବୃକ୍‌କ ବିଫଳତା, ହୃଦ ରୋଗ ଏବଂ ହେନୋକ-ସୁନଲାଇନ ପୁରପୁରା ହୋଇପାରେ ।[]

ରୋଗ ପାରିବାରିକ ଇତିହାସ ଥିଲେ, ଏଚ୍.ଆଇ.ଭି/ଏଡସ୍ ଏବଂ ହେପାଟାଇଟିସ୍ ଥିଲେ ଏହି ରୋଗ ସଙ୍କଟ ରହେ ।[] [] ଏହାର ଅନ୍ତର୍ନିହିତ ପ୍ରଣାଳୀ ହେଉଛି ଏକ ଅଟୋମ୍ୟୁମ୍ୟୁନ ରୋଗ ଯେଉଁଥିରେ ଆଣ୍ଟିବଡି ସହିତ ଆଇଜିଏ ଅନୁବନ୍ଧିତ ହୋଇ ଇମ୍ୟୁନ କମ୍ପ୍ଲେକ୍ସ ତିଆରି କରିଥାଏ ।[] ଏହି କମ୍ପ୍ଲେକ୍ସଗୁଡ଼ିକ ଗଠନ ହୋଇଗଲେ ବୃକ୍‌କରେ ପ୍ରଦାହ ହୁଏ ।[] ଏକ ସଂକ୍ରାମକ ରୋଗଦ୍ୱାରା ଏହି ପ୍ରକ୍ରିୟା ଆରମ୍ଭ ହୋଇପାରେ ।[] ରକ୍ତ ଏବଂ ପରିସ୍ରା ପରୀକ୍ଷା ଉପରେ ଆଧାର କରି ରୋଗ ରୋଗ ନିର୍ଣ୍ଣୟ କରାଯାଏ ଏବଂ ବୃକ୍‌କ ବାୟୋପସିଦ୍ୱାରା ରୋଗ ନିଶ୍ଚିତ କରାଯାଏ ।[]

ଏହି ରୋଗ ଆରୋଗ୍ୟସାଧ୍ୟ ନଥିବା ବେଳେ ଚିକିତ୍ସାରେ ପ୍ରତିରକ୍ଷା ପ୍ରଣାଳୀକୁ ଦମନ କରିବା ପାଇଁ କର୍ଟିକୋଷ୍ଟିରଏଡ କିମ୍ବା ସାଇକ୍ଲୋଫୋସଫାମାଇଡ ଭଳି ଔଷଧ ଦିଆଯାଇଥାଏ ।[] ଅନ୍ୟାନ୍ୟ ପଦକ୍ଷେପଗୁଡ଼ିକରେ ରକ୍ତଚାପ ନିୟନ୍ତ୍ରଣ ନିୟନ୍ତ୍ରଣ ନିମନ୍ତେ ଏସିଇ ଇନହିବିଟର ଏବଂ ଦେହରୁ ଅତିରିକ୍ତ ତରଳ ପଦାର୍ଥ ବାହାର କରିବା ପାଇଁ ଡାଇୟୁରେଟିକ୍ ବ୍ୟବହାର କରାଯାଇପାରେ ।[] ବୃକ୍‌କ ଫେଲ ଥିବା ଲୋକଙ୍କ ପାଇଁ ବୃକ୍‌କ ପ୍ରତିରୋପଣ ଏକ ବିକଳ୍ପ ହୋଇପାରେ ।[] ଫଳାଫଳ ପ୍ରାୟ ଭଲ ହୋଇଥାଏ ।[]

ଆଇଏ ନେଫ୍ରୋପାଥି ହେଉଛି କିଡନୀ ରୋଗମାନଙ୍କ ମଧ୍ୟରୁ ଅନ୍ୟତମ ।[] ଏହାର ଆରମ୍ଭ ସାଧାରଣତଃ ପିଲାଦିନରୁ ୩୦ ଦଶକ ପର୍ଯ୍ୟନ୍ତ ହୋଇଥାଏ ।[] ନାରୀମାନଙ୍କ ଅପେକ୍ଷା ପୁରୁଷମାନେ ଅଧିକ ପ୍ରଭାବିତ ହୁଅନ୍ତି ।[] ଏସିଆ ଲୋକ ଏବଂ ଧଳା ଲୋକମାନେ ଅଧିକ ପ୍ରଭାବିତ ହୁଅନ୍ତି ।[] ଏହି ଅବସ୍ଥା ପ୍ରଥମେ ୧୯୬୮ ମସିହାରେ ଜଣେ ଫେନ୍ସ ପାଥୋଲୋଜିଷ୍ଟ ଜିନ ବର୍ଗଙ୍କଦ୍ୱାରା ସ୍ପଷ୍ଟ ଭାବରେ ବର୍ଣ୍ଣନା କରାଯାଇଥିଲା ।[] []

  1. 1 2 3 4 5 6 7 8 9 10 11 12 13 14 15 16 17 18 19 20 "IgA Nephropathy | NIDDK". National Institute of Diabetes and Digestive and Kidney Diseases. Archived from the original on 22 January 2021. Retrieved 23 January 2021.
  2. 1 2 3 4 5 6 7 8 9 10 11 12 Rawla, P; Limaiem, F (January 2020). "IgA Nephropathy". PMID 30855802. {{cite journal}}: Cite journal requires |journal= (help)
  3. Howie, Alec J. (2007). Handbook of Renal Biopsy Pathology (in ଇଂରାଜୀ). Springer Science & Business Media. p. 236. ISBN 978-0-387-74605-0. Archived from the original on 2021-08-28. Retrieved 2021-01-23.