ଉଇକିପିଡ଼ିଆ:ମାସର ବଛା ଲେଖା/ଅକ୍ଟୋବର ୨୦୧୯

ଉଇକିପିଡ଼ିଆ‌ରୁ

୨୦୧୨ ମସିହାର ମାଲେସିଆ ଗ୍ରଁ-ପ୍ରିରେ ମୋଟର ଦୌଡ଼ ଆରମ୍ଭ ବେଳର ଚିତ୍ର

ଫର୍ମୁଲା ୱାନ୍ ବା ଫର୍ମୁଲା-୧ (ଇଂରାଜୀରେ Formula One ବା Formula 1 ବା F1,ଇଂରାଜୀ ଉଚ୍ଚାରଣ ଫୋର୍ମ୍ୟୁଲା ୱନ୍) ବିଶ୍ୱର ସର୍ବୋତ୍କୃଷ୍ଟ ଓ ବ୍ୟୟବହୁଳ ମୋଟର ଦୌଡ଼ ପ୍ରତିଯୋଗିତା । ଦୌଡ଼ରେ ଭାଗ ନେଉଥିବା ଏହି ଖୋଲା ଚାରି-ଚକିଆ ମୋଟର ଗାଡ଼ିଗୁଡ଼ିକରେ ଜଣେ ଚାଳକ ବସିପାରୁଥିବା ଭଳି ବ୍ୟବସ୍ଥା ଥାଏ ଓ ଏମାନେ ଅତି ଦ୍ରୁତ ବେଗରେ ଗତି କରନ୍ତି । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘ (Fédération Internationale de l'Automobile – FIA) ଏହି ଦୌଡ଼ ପ୍ରତିଯୋଗିତାର ନିୟମ ପ୍ରଣୟନ, ସଞ୍ଚାଳନ ଓ ନିୟନ୍ତ୍ରଣ କରିଥାଏ । ୧୯୫୦ ମସିହାରେ ପ୍ରଥମେ ଏହି ମୋଟର ଦୌଡ଼ ଆୟୋଜିତ ହୋଇଥିଲା ଏବଂ ତାହା ପରଠାରୁ ଏହି ପ୍ରତିଯୋଗିତାକୁ ଉଚ୍ଚତମ ମାନର ମୋଟର ଦୌଡ଼ ପ୍ରତିଯୋଗିତା ଭାବେ ବିବେଚନା କରାଯାଇଥାଏ । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘଦ୍ୱାରା ପ୍ରଣିତ ନିୟମାବଳୀକୁ ଫର୍ମୁଲା (ଯାହା ସବୁ ନିର୍ମାତା ଓ ଚାଳକ ମାନିବାକୁ ବାଧ୍ୟ) ଏବଂ ମାନରେ ଉତ୍କୃଷ୍ଟତା ପାଇଁ କ୍ରମାଙ୍କ ୧କୁ ମିଶାଇ ଏହି ମୋଟର ଦୌଡ଼କୁ ଫର୍ମୁଲା-୧ ବୋଲି କୁହାଯାଇଥାଏ । ପ୍ରତିବର୍ଷ ହେଉଥିବା ମୋଟର ଦୌଡ଼ ପ୍ରତିଯୋଗିତାକୁ “ଫର୍ମୁଲା-୧ କ୍ରୀଡ଼ାବର୍ଷ” ବା “ଫର୍ମୁଲା-୧ ସିଜନ୍” ବୋଲି କୁହାଯାଏ । ଗୋଟିଏ କ୍ରୀଡ଼ାବର୍ଷରେ ଅନେକ ଦେଶରେ ଗୋଟିଏ ଲେଖାଏଁ ମୋଟର ଦୌଡ଼ ଅନୁଷ୍ଠିତ ହୁଏ ଯାହାକୁ ଗ୍ରାଁ-ପ୍ରି (ଇଂରାଜୀରେ Grands Prix) ବୋଲି କୁହାଯାଏ । ଏହି ଦୌଡ଼ ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଦୌଡ଼ ପରିକ୍ରମଣ ସଡ଼କ (ରେସିଂ ସର୍କିଟ୍) କିମ୍ବା କିଛି ଦେଶରେ ସାଧାରଣ ଯାତାୟତ ପାଇଁ ଉଦ୍ଦୀଷ୍ଟ ସଡ଼କ ବ୍ୟବହୃତ ହୋଇଥାଏ ।

ପୁରା ପଢନ୍ତୁ...