ଉଇକିପିଡ଼ିଆ:ମାସର ବଛା ଲେଖା/ଅଗଷ୍ଟ ୨୦୧୯

ଉଇକିପିଡ଼ିଆ‌ରୁ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ । ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇ‍ଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।


ପୁରା ପଢନ୍ତୁ...