ଉଇକିପିଡ଼ିଆ:ମାସର ବଛା ଲେଖା/ଜାନୁଆରୀ ୨୦୧୬

ଉଇକିପିଡ଼ିଆ‌ରୁ

ଧନୁଯାତ୍ରା ବରଗଡ଼ରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରର ଉତ୍ସବ ମାନ୍ୟତାପ୍ରାପ୍ତ ଏକ ବାର୍ଷିକ ଯାତ୍ରା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଧନୁଯାତ୍ରା ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ପରିଗଣିତ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ ।

୧୯୪୭ ମସିହାରୁ ବରଗଡ଼ ସହରରେ ଧନୁଯାତ୍ରା ପାଳିତ ହୋଇ ଆସୁଛି । ବରଗଡ଼ ସହରର କିଛି ହେମାଲି (କୁଲି କାମ କରୁଥିବା ଲୋକେ) ଭାରତର ସ୍ଵାଧୀନତା ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଧନୁଯାତ୍ରାର ଆରମ୍ଭ କରିଥିଲେ । ପୌଷ ଶୁକ୍ଳ ଚତୁର୍ଥୀ ଠାରୁ ଆରମ୍ଭ ହୋଇ ଏଗାର ଦିନ ଧରି ଗୋପ ଓ ମଥୁରାଲୀଳାର ବିଭିନ୍ନ ଦୃଶ୍ୟମାନ ପରିବେଷିତ ହୋଇ ପୁଷ୍ ପୁନେଇ (ପୌଷ ପୂର୍ଣ୍ଣିମା) ଦିନ କଂସବଧ ସହ ଏହା ଉଦ୍‌ଯାପିତ ହୋଇଥାଏ । ପ୍ରତ୍ୟେକ ଦିନ ଅପରାହ୍ଣ ୨ଟାରୁ ରାତି ୧୦ଟା ଯାଏ ଯାତ୍ରା ଚାଲେ ଓ ତା’ ପରେ ପରେ ସାରାରାତି ବିଭିନ୍ନ ମନୋରଞ୍ଜନ ମୂଳକ କାର୍ଯ୍ୟକ୍ରମ ଚାଲୁରହେ ।


ପୁରା ପଢ଼ନ୍ତୁ...