ଉଇକିପିଡ଼ିଆ:ମାସର ବଛା ଲେଖା/ଜାନୁଆରୀ ୨୦୧୮

ଉଇକିପିଡ଼ିଆ‌ରୁ

ଚିତାବାଘ

ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ ।


ପୁରା ପଢନ୍ତୁ...