ଉଇକିପିଡ଼ିଆ:ମାସର ବଛା ଲେଖା/ଜୁନ ୨୦୧୩
ଦେଖଣା
ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ଶିବ ବିବାହୋତ୍ସବ ଏବଂ ତା’ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ I କିଛି ଭକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶଙ୍କରଙ୍କର ମା’ ବାପା ହୋଇ ଉଭୟଙ୍କର ବିବାହକାର୍ଯ୍ୟ ସମାପନ କରନ୍ତି । ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ବଡ଼ ଧୂମ୍ଧାମ୍ରେ ମା’ ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ । ରଙ୍ଗବେରଙ୍ଗ ଚିତ୍ରରେ ସୁଶୋଭିତ ରଥରେ ଶିବ ଓ ମା’ ପାର୍ବତୀଙ୍କୁ ଅଣାଯାଏ । ମଧ୍ୟରାତ୍ରୀରୁ ଏଇ ପଟୁଆର ଆରମ୍ଭ ହୋଇ ପରଦିନ ଦିପହର ବେଳକୁ ଶିବପାର୍ବତୀଙ୍କ ପୂଜାରେ ଶେଷହୁଏ । ଏଇ ପର୍ବର ମୁଖ୍ୟ ଆକର୍ଷଣ ହେଉଛି ପାରମ୍ପରିକ ସଙ୍ଗୀତ ଓ ନାଚ । ଏହା ସମ୍ବଲପୁର, ବିଶେଷକରି ପଶ୍ଚିମ ଓଡ଼ିଶାର ଲୋକନୃତ୍ୟକୁ ଉପଭୋଗ କରିବାରେ ଏକ ଦୁର୍ଲଭ ଅବସର ।