ଉଇକିପିଡ଼ିଆ:ମାସର ବଛା ଲେଖା/ଜୁନ ୨୦୧୮

ଉଇକିପିଡ଼ିଆ‌ରୁ

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । [୧] ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ପୁରା ପଢନ୍ତୁ...