ଉଇକିପିଡ଼ିଆ:ମାସର ବଛା ଲେଖା/ଜୁନ ୨୦୨୨

ଉଇକିପିଡ଼ିଆ‌ରୁ

ଆର୍କ୍‌ମିଡ଼ିସ୍‌

ଆର୍କ୍‌ମିଡ଼ିସ୍‌ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ। ସେ ନିଃଶେଷୀକରଣ (exhaustion) ପ୍ରଣାଳୀ ବ୍ୟବହାର କରି ପାରାବୋଲାର କ୍ଷେତ୍ରଫଳ ସହିତ 'ଅସଂଖ୍ୟ' ମିଶାଣର ଏବଂ ଉତ୍କୃଷ୍ଟ ହାରାହାରି ପାଇ (π)ର ମୂଲ୍ୟ ନିର୍ଦ୍ଧାରଣ କରିଥିଲେ । ଆହୁରି ମଧ୍ୟ ସେ ସର୍ତ୍ପଳ ବିୟରିଙ୍ଗ ବୋଲି ତାହାର ନାମ ବ୍ୟାଖ୍ୟା କରିଥିଲେ, ପୃଷ୍ଠ ପରିକ୍ରମଣ ଆୟତନ ପାଇଁ ସୂତ୍ର ଏବଂ ବହୁତ ବଡ଼ ସଂଖ୍ୟାମାନ ନିରୂପଣ କରିବା ପାଇଁ କୌଶଳ ପ୍ରଣାଳୀ ଉଦ୍ଭାବନ କରିଥିଲେ । ସିରାକସ ଦଖଲ କରିବା ସମୟରେ ଜନୈକ ରୋମାନ ସୈନ୍ୟ ତାଙ୍କୁ ହତ୍ୟା କରିଥିଲେ, ଯଦିଓ ତାଙ୍କର କୌଣସି କ୍ଷତି ନ କରିବା ପାଇଁ ନିର୍ଦ୍ଦେଶ ଥିଲା । ସିସେରୋ (Cicero)ଙ୍କ ବର୍ଣ୍ଣନା ଅନୁସାରେ ଆର୍କ୍‌ମିଡ଼ିସ୍‌ଙ୍କ କବର ଉପରେ ସ୍ଥାପିତ ହୋଇଥିଲା ଏକ ଗୋଲକ ଯାହା ଗୋଟିଏ ସ୍ତମ୍ଭାକୃତି ବସ୍ତୁ ଭିତରେ ଖୋଦିତ ହୋଇଥିଲା । ଆର୍କ୍‌ମିଡ଼ିସ୍‌ ପ୍ରମାଣ କରିଥିଲେ ଯେ ସେହି ଗୋଲକଟି ସ୍ତମ୍ଭାକୃତି ବସ୍ତୁର ଆଧାର ସହ ପରପୃଷ୍ଠର କ୍ଷେତ୍ରଫଳ ଏବଂ ଆୟତନର ଦୁଇ ତୃତୀୟାଂଶ । ଏହାଥିଲା ତାଙ୍କର ସମସ୍ତ ଗାଣିତିକ ସଫଳତା ମଧ୍ୟରେ ଏକ ବିଶିଷ୍ଟ ସଫଳତା ।

ପୁରା ପଢନ୍ତୁ...