ଉଇକିପିଡ଼ିଆ:ମାସର ବଛା ଲେଖା/ଜୁଲାଇ ୨୦୨୩

ଉଇକିପିଡ଼ିଆ‌ରୁ

ଗୁମ୍ଫା-୨୬ର ଅଭ୍ୟନ୍ତର

ଅଜନ୍ତା ଗୁମ୍ଫା ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ । ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ. ୪୬୦-୪୮୦ ମଧ୍ୟରେ ହୋଇଥିଲା । ଅଜନ୍ତା ଗୁମ୍ଫା ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗଦ୍ୱାରା ସଂରକ୍ଷିତ ଐତିହାସିକ ସ୍ଥଳ ଏବଂ ୧୯୮୩ ମସିହାରୁ ଏହାକୁ ୟୁନେସ୍କୋ (UNESCO) ବିଶ୍ୱଐତିହ୍ୟ ସ୍ଥଳ ମାନ୍ୟତା ଦିଆଯାଇଛି ।


ପୁରା ପଢନ୍ତୁ...