ଉଇକିପିଡ଼ିଆ:ମାସର ବଛା ଲେଖା/ଡିସେମ୍ବର ୨୦୨୨

ଉଇକିପିଡ଼ିଆ‌ରୁ

ବଡ଼ଦିନ ଗଛ

ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋଣାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍‍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍‍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍‍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।

ପୁରା ପଢନ୍ତୁ...