ଉଇକିପିଡ଼ିଆ:ମାସର ବଛା ଲେଖା/ନଭେମ୍ବର ୨୦୨୨

ଉଇକିପିଡ଼ିଆ‌ରୁ

ଯକ୍ଷ୍ମା

ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

ପୁରା ପଢନ୍ତୁ...