ଉଇକିପିଡ଼ିଆ:ମାସର ବଛା ଲେଖା/୨୦୧୨

ଉଇକିପିଡ଼ିଆ‌ରୁ

ଏପ୍ରିଲ ୨୦୧୨

ଶ୍ରୀ ଜଗନ୍ନାଥ


ଶ୍ରୀ ଜଗନ୍ନାଥ ଭାରତର ଓଡ଼ିଶାର ପୁରୀରେ ଜଣେ ହିନ୍ଦୁ ଦେବତା ଓ ବୁଦ୍ଧ ରୂପରେ ପୂଜା ପାଇଥାନ୍ତି । ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ଶ୍ରୀଜଗନ୍ନାଥ ପୂଜା ପାଇ ଆସୁଛନ୍ତି । ତେବେ ଶ୍ରୀ ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ ।
ପୁରୀରେ ପ୍ରତିବର୍ଷ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୁଏ ଯାହାକୁ ଦେଖିବାକୁ ଲକ୍ଷ ଲକ୍ଷ ଲୋକ ଆସିଥାନ୍ତି । ହିନ୍ଦୁମାନେ ପୁରୀକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ।


ପୁରା ପଢନ୍ତୁ...


ମଇ ୨୦୧୨

ଓଡ଼ିଆରେ ଭାରତ ମାନଚିତ୍ର


ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏଁ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଅଛି । ତା ସହିତ ୭ଟି କେନ୍ଦ୍ର-ଶାସିତ ଅଂଚଳ ମଧ୍ୟ ରହିଛି । ଭାରତର ପଡୋଶୀ ଦେଶ ମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବାଂଲାଦେଶବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

ପୁରା ପଢନ୍ତୁ...


ଜୁନ ୨୦୧୨

ଚନ୍ଦନ ଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ । ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ । ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମା)ର ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ।

ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।

... ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ। ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ ସେବକ ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।


ପୁରା ପଢନ୍ତୁ...


ଜୁଲାଇ ୨୦୧୨
କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ 

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ (ଜନ୍ମ ୨୬ ଏପ୍ରିଲ ୧୮୯୨) ଓଡ଼ିଶାର ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ଜନ୍ମିତ ଜଣେ ଶାସକ ଓ ଭାଷା ଆନ୍ଦୋଳନର ପୁରୋଧା ଥିଲେ ।


ରାଜା ଗୌରଚନ୍ଦ୍ର ଦେବ (ଦ୍ୱିତୀୟ) ଓ ତାଙ୍କ ରାଣୀ ବିଷ୍ଣୁପ୍ରିୟା ଦେବୀଙ୍କର ଜ୍ୟେଷ୍ଠ ପୁତ୍ର ରୂପେ କୃଷ୍ଣଚନ୍ଦ୍ର ୧୮୯୨ ମସିହା ଏପ୍ରେଲ ମାସ ୨୯ତାରିଖ, ବୈଶାଖ ମାସ ଅମାବାସ୍ୟା ଦିନ ପାରଳାଖେମୁଣ୍ଡିଠାରେ ଜନ୍ମ ଗ୍ରହଣ କରିଥିଲେ । ରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ ତତ୍କାଳୀନ ମାନ୍ଦ୍ରାଜ (ଏବେର ଚେନ୍ନାଇ) ଠାରେ ପାଠ ପଢ଼ା ଶେଷ କରିବା ପରେ ୧୯୧୩ରେ ଶାସନ ଭାର ଗ୍ରହଣ କରିଥିଲେ । ସେ ଓଡ଼ିଶାର ଭାଷା ଓ ଚଳଣିର ବିକାଶ ସାଧନ ନିମନ୍ତେ ସତତ ଚେଷ୍ଟିତ ଥିଲେ । ପାରଳାଖେମୁଣ୍ଡି ଠାରେ ୧୯୧୪ରେ ହୋଇଥିବା ଉତ୍କଳ ସମ୍ମିଳନୀରେ ସେ ଜଣେ ପୁରୋଧା ଭାବେ କାର୍ଯ୍ୟ ନିର୍ବାହ କରିଥିଲେ ।


ପୁରା ପଢନ୍ତୁ...


ଅଗଷ୍ଟ ୨୦୧୨

ଅଲିମ୍ପିକ ସଙ୍କେତ

ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ଵର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡା ମହୋତ୍ସବ ।କ୍ରୀଡାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ଵନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରିଡ଼ା ବିଶ୍ଵର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ଵର ଏହି କ୍ରିଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବା ଅର୍ଥ କ୍ରିଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ଵର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।


ପୁରା ପଢନ୍ତୁ...


ସେପଟେମ୍ବର ୨୦୧୨
The featured article for this month has not yet been chosen.
You can make new requests or comment on current requests at ଉଇକିପିଡ଼ିଆ:ମାସର ବଛା ଲେଖା/ଅନୁରୋଧ. See ଉଇକିପିଡ଼ିଆ:ମାସର ବଛା ଲେଖା for full guidelines.

ଅକ୍ଟୋବର ୨୦୧୨

ମେରିଆବଜାର, କଟକ'ର ଦଶହରା ମେଢ଼

ଦୁର୍ଗା ପୂଜା ଏକ ଭାରତୀୟ ପାର୍ବଣ । ଏହି ପାର୍ବଣର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।

ପୁରା ପଢନ୍ତୁ...


ନଭେମ୍ବର ୨୦୧୨

ଦୀପାବଳିର ଦୀପ

ଦୀପାବଳି ଏକ ଭାରତୀୟ ପର୍ବ । କାର୍ତ୍ତିକ କୃଷ୍ଣ ଚତୁର୍ଦ୍ଦଶୀରେ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହା ଆଲୁଅର ପର୍ବ ଭାବରେ ପାଳନ କରାଯାଇଥାଏ । ଦୀପାବଳି ଅମାବାସ୍ୟାକୁ ଲୋକାକ୍ତିରେ ପୟାଅମାବାସ୍ୟା କହନ୍ତି ।

ହିନ୍ଦୁମାନଙ୍କ ପାଇଁ ଦୀପାବଳି ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ । ଏହି ଦିନ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦେଇସାରି କାଉଁରିଆ କାଠି ଜାଳନ୍ତି । ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ଵର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀରଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ ।


ପୁରା ପଢ଼ନ୍ତୁ...


ଡ଼ିସେମ୍ବର ୨୦୧୨

କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ ସୂର୍ଯ୍ୟ ମନ୍ଦିର ଭାରତ ଅନ୍ତର୍ଗତ ଓଡ଼ିଶାର ପୁରୀ ଜିଲ୍ଲାରେ ଥିବା ଏକ ପୁରୁଣା ମନୋରମ ମନ୍ଦିର । ଏହାର କୋଣାର୍କ ସହରରେ ଅବସ୍ଥିତ । କୋଣାର୍କ ମନ୍ଦିର ହେଉଛି ସ୍ଥାପତ୍ୟ, ବୈଷୟିକ ଜ୍ଞାନ, ଶିଳ୍ପକଳା ଓ ସର୍ବୋପରି ଗୋଟିଏ ଉଚ୍ଚ ଜୀବନାଦର୍ଶର ଅପୂର୍ବ ସମନ୍ଵୟ । ଏପରି ସୃଷ୍ଟି ଖାଲି ଓଡ଼ିଶାରେ ନୁହେଁ, ସାରା ବିଶ୍ଵରେ ସମ୍ଭବ ହୋଇ ପାରିନାହିଁ । ତ୍ରୟୋଦଶ ଶତାବ୍ଦୀରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବ(୧୨୩୮ରୁ ୧୨୫୦ ଖ୍ରୀଷ୍ଟାବ୍ଦ) ଙ୍କଦ୍ୱାରା ନିର୍ମିତ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ । ଏହାକୁ କୃଷ୍ଣ ପାଗୋଡ଼ା ମଧ୍ୟ କୁହାଯାଏ । ଏହି ମନ୍ଦିର ହେଉଛି ଗଙ୍ଗ ବଂଶର କଳିଙ୍ଗୀୟ (ଓଡ଼ିଆ) ସ୍ଥାପତ୍ୟ କଳାର ଏକ ନିଦର୍ଶନ । ଏହି ମନ୍ଦିରଟି ଭାରତର କେତୋଟି ବହୁ ପ୍ରସିଦ୍ଧ ମନ୍ଦିର ମାନଙ୍କ ଭିତରୁ ଅନ୍ୟତମ ଏବଂ ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହା ଅନ୍ୟତମ ।


ପୁରା ପଢନ୍ତୁ...